ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୮ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୯୨ କୁ ବୃଦ୍ଧି

Published: Sep 11, 2021, 1:21 pm IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୮ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୯୨ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି କଟକ ଜିଲ୍ଲାରୁ ସର୍ବାଧିକ ୨ ଜଣ, ବାଲେଶ୍ଵର, ଢେଙ୍କାନାଳ, ଜଗତସିଂହପୁର, ଯାଜପୁର, ମାଲକାନଗିରି ଏବଂ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୫ ହଜାର ୭୧୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୫୪୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭ ହଜାର ୨୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୯୨ କୁ ବୃଦ୍ଧି ହୋଇଛି।

Related posts