
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨୭ ହଜାର ୨୫୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୧୯ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩୨ ଲକ୍ଷ ୬୪ ହଜାର ୧୭୫ ରେ ପହଞ୍ଚିଛି।
ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୨ ହଜାର ୮୭୪ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୨୪ ଲକ୍ଷ ୪୭ ହଜାର ୩୨ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩ ଲକ୍ଷ ୭୪ ହଜାର ୨୬୯ ଆକ୍ଟିଭ୍ କେସ୍ ରହିଛି।