Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଣପୁର-ବାଲୁଗାଁ ବାଇପାସରେ ସିରିଜ ଦୁର୍ଘଟଣା: ଅଟୋ ଚାଳକଙ୍କ ସମେତ ତିନି ଗୁରତର
ଆଜିର ଖବର

ବାଣପୁର-ବାଲୁଗାଁ ବାଇପାସରେ ସିରିଜ ଦୁର୍ଘଟଣା: ଅଟୋ ଚାଳକଙ୍କ ସମେତ ତିନି ଗୁରତର

September 14, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର-ବାଲୁଗାଁ ବାଇପାସ ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଯେଉଁଥିରେ ଜଣେ ଅଟୋ ଚାଳକଙ୍କ ଗୋଡରେ ଗଭୀର ଆଘାତ ଲାଗିଥିବା ସୂଚନା ମିଳିଛି।

ସୂଚନା ମୁତାବକ ଆଜି ଅପରାହ୍ନରେ ପାରିକଂସାରୀ ଗ୍ରାମରୁ କେବୁଲ କାମ ସାରି ଏକ ଅରଟେଲ କେବୁଲ ଅଟୋଟି ବାଲୁଗାଁ ଅଫିସ ଅଭିମୁଖେ ଫେରୁଥିବାବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବ୍ରାହ୍ମଣକୋଷଡିହ ଛକ ନିକଟରେ ଅଟୋଟିକୁ ଏକ ଆଇଚର ଗାଡ଼ିଟି ପଛପଟୁ ଶକ୍ତ ଧକ୍କା ଦେବା ସହ ଅନ୍ୟ ଏକ ଆଇରନ ବୋଝେଇ ଟ୍ରକକୁ ମଧ୍ୟ ଧକ୍କା ଦେଇ ଫେରାର ହୋଇଯାଇଥିଲା। କିନ୍ତୁ ଆଇରନ ବୋଝେଇ ଟ୍ରକର କିଛି କ୍ଷତି ହୋଇନଥିବା ବେଳେ ଅଟୋଟି ସମ୍ପୂର୍ଣ ନଷ୍ଟ ହୋଇଯାଇଛି। ତେବେ ଅଟୋ ମଧ୍ୟରେ ଥିବା ତିନି ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଅଟୋ ଚାଳକ ଜୟକୃଷ୍ଣ ରଣା (୬୦) ଙ୍କ ଡାହାଣ ପାଦଟି କଟିଯାଇଥିବାର ଖବର ମିଳିଛି। ଅଟୋ ଚାଳକଜଣଙ୍କ ବାଲୁଗାଁ ଗୁଣ୍ଡୁରିପୁରର ବୋଲି ଜଣାପଡିଛି।

ଖବର ପାଇ ଜାତୀୟ ରାଜପଥ ପାଟ୍ରୋଲିଂ ଏସପିଓ ବିଜୟ କୁମାର ବଳିୟାରସିଂହ ସଙ୍ଗେ ସଙ୍ଗେ ଦୁର୍ଘଟଣାସ୍ଥଳରେ ପହଞ୍ଚି ସମସ୍ତ ଆହତଙ୍କୁ ଉଦ୍ଧାର କରି ବାଲୁଗାଁ ମେଡିକାଲକୁ ପଠାଇଛନ୍ତି। ଏହାସହ ସ୍ଥାନୀୟ ପୋଲିସକୁ ମଧ୍ୟ ଏହି ଦୁର୍ଘଟଣା ବାବଦରେ ସୂଚନା ଦେଇଛନ୍ତି।

ବାଣପୁର-ବାଲୁଗାଁ ବାଇପାସ ମର୍ମନ୍ତୁଦ ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026
Latest News

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.