ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ୩୮ତମ ପ୍ରତିଷ୍ଠା ଦିବସ ପାଳିତ

Published: Sep 14, 2021, 9:20 pm IST

ଭୁବନେଶ୍ୱର: ମାନବ ସମାଜର ସ୍ୱାସ୍ଥ୍ୟରକ୍ଷା ଓ ସାମଗ୍ରିକ ବିକାଶ ପାଇଁ ଆଜି ସମଗ୍ର ବିଶ୍ୱରେ ପ୍ରଦୂଷଣ ନିୟନ୍ତ୍ରଣ ଅତ୍ୟନ୍ତ ଆବଶ୍ୟକ ହୋଇପଡ଼ିଛି । ପ୍ରଦୂଷଣ କମାଇବା ପାଇଁ ପ୍ରତିକାର ଏବଂ ହ୍ରାସ ସମ୍ବନ୍ଧୀୟ ବ୍ୟବସ୍ଥା ହେଉଛି ପ୍ରମୁଖ ଅସ୍ତ୍ର । ରାଜ୍ୟ ସରକାର ଏଥି ନିମନ୍ତେ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡକୁ ଅଧିକ କ୍ଷମତାପନ୍ନ ଓ କ୍ରିୟାଶୀଳ କରିଛନ୍ତି ବୋଲି ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ପ୍ରକାଶ କରିଛନ୍ତି ।

ଆଜି ପୂର୍ବାହ୍ନରେ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ସମ୍ମିଳନୀ କକ୍ଷରେ ବୋର୍ଡର ୩୮ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର। ଏଥିରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ମୋନା ଶର୍ମା, ବୋର୍ଡର ସଦସ୍ୟ ସଚିବ ଡ. କେ. ମୁରୁଗାସନ୍‌ ବୋର୍ଡର କାର୍ଯ୍ୟାବଳୀ ସଂପର୍କରେ ଆଲୋକପାତ କରିଥିଲେ । ପରିବେଶ ନିର୍ଦ୍ଦେଶକ ତଥା ସ୍ୱତନ୍ତ୍ର ଶାସନ ସଚିବ ସୁଶାନ୍ତ ନନ୍ଦ ବୋର୍ଡର ସଫଳତା ଏବଂ କାର୍ଯ୍ୟବଳୀ ସଂପର୍କରେ ସୂଚନା ପ୍ରଦାନ କରିଥିଲେ। ମୁଖ୍ୟ ପରିବେଶ ଇଂଜିନିୟର ଡ. ଏନ୍‌.ଆର୍‌. ସାହୁ ସ୍ୱାଗତ ଭାଷଣ ଦେଇଥିବାବେଳେ ଶେଷରେ ବୋର୍ଡର ଅତିରିକ୍ତ ପ୍ରଶାସନିକ ଅଧିକାରୀ ଦେବଦତ୍ତ ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ ।

Related posts