ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୧୦୮ କୁ ବୃଦ୍ଧି

Published: Sep 15, 2021, 12:38 pm IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୦୮ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩ ଜଣ ଚିହ୍ନଟ ହୋଇଥିବା ବେଳେ କଟକ ଜିଲ୍ଲାରୁ ୨ ଜଣ ଏବଂ ଯାଜପୁର ଜିଲ୍ଲାରୁ ଜଣେ ଆକ୍ରାନ୍ତନ୍କ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୭ ହଜାର ୭୧୮ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୩ ହଜାର ୬୦୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୯୪୮ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୦୮ କୁ ବୃଦ୍ଧି ହୋଇଛି।

Related posts