ବିଜେପି ନେତା ମଙ୍ଗୁଳି ଜେନାଙ୍କ ହତ୍ୟା ଘଟଣାର ତଦନ୍ତ କରିବେ କେନ୍ଦ୍ରାଞ୍ଚଳ ଆଇଜି ସୌମେନ୍ଦ୍ର ପ୍ରିୟଦର୍ଶୀ

Published: Apr 15, 2019, 5:28 pm IST

ଖୋର୍ଦ୍ଧାରେ ବିଜେପି ନେତା ମଙ୍ଗୁଳି ଜେନାଙ୍କ ହତ୍ୟା ମାମଲାରେ କେନ୍ଦ୍ରାଞ୍ଚଳ ଆଇଜି ସୌମେନ୍ଦ୍ର ପ୍ରିୟଦର୍ଶୀ ତଦନ୍ତ ତଦାରଖ କରିବେ ବୋଲି ଡିଜିପି ବିଜୟ କୁମାର ଶର୍ମା ସୂଚନା ଦେଇଛନ୍ତି। ଏହି ଘଟଣାରେ କ୍ରାଇମବ୍ରାଞ୍ଚର ଏକ ଟିମ ତଦନ୍ତ ସହାୟତା ପାଇଁ ପହଂଚିଛି। ଏହି ହତ୍ୟାକାଣ୍ଡର ଅଭିଯୁକ୍ତଙ୍କୁ ଧରିବାକୁ ଚେଷ୍ଟା ଚାଲିଥିବା ଡଜିପି କହିଛନ୍ତି। ବିଜେପିର ମଣ୍ଡଳ ସଭାପତି ମଙ୍ଗୁଳି ଜେନା ଗତକାଲି ରାତ୍ରରେ ଦୁର୍ବୁତ୍ତଙ୍କ ଗୁଳିର ଶିକାର ହୋଇଥିଲେ। ବିଜେପି ଏହି ଘଟଣାରେ ବିଜେଡ଼ିକୁ ଦାୟୀ କରିଥିଲା। ତେବେ ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୃଢ ନିନ୍ଦା କରିବା ସହିତ ଏହାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ଇସିଙ୍କୁ ନିବେଦନ କରିଥିଲେ।

Related posts