Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୁହୁଡି: ସଡକ ଦୁର୍ଘଟଣାରେ ଗ୍ରାମରକ୍ଷୀଙ୍କ ପୁଅ ମୃତ, ମହିଳା ଗୁରୁତର
ଆଜିର ଖବର

କୁହୁଡି: ସଡକ ଦୁର୍ଘଟଣାରେ ଗ୍ରାମରକ୍ଷୀଙ୍କ ପୁଅ ମୃତ, ମହିଳା ଗୁରୁତର

September 16, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଟାଙ୍ଗୀ: ଖୋର୍ଦ୍ଧା ଜିଲ୍ଲା ୧୬ ନଂ ଜାତୀୟ ରାଜପଥ କୟଥପଲା ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଯାଇଛି। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ମହିଳା ଗୁରୁତର ହୋଇପଡିଛନ୍ତି। ମୃତକଜଣଙ୍କ କୟଥପଲା ଗ୍ରାମର ଗଣେଷ ବାରିକ ବୋଲି ଜଣାପଡିଛି। ଗଣେଷଙ୍କ ବାପା କୁହୁଡି ଫାଣ୍ଡିରେ ଗ୍ରାମରକ୍ଷୀ ଭାବେ କାର୍ଯ୍ୟ କରନ୍ତି।

ସୂଚନା ଅନୁଯାୟୀ, ଆଜି ଅପରାହ୍ନରେ ଗଣେଷ ଏକ ବାଇକ୍ ଯୋଗେ ନିଜ ବଡ ବୋଉଙ୍କୁ ଧରି ନାଚୁଣୀ ଅଭିମୁଖେ ଯାଉଥିବା ବେଳେ କୟଥ ପଲା ଛକ ଠାରେ ଏକ ହାଇୱା ତାଙ୍କ ବାଇକ୍ କୁ ଧକ୍କା ଦେଇଥିଲା। ଫଳରେ ବାଇକ୍ ରୁ ଗଣେଷ ଛିଟିକି ପଡିଥିଲେ। ପରେ ତାଙ୍କ ମୁଣ୍ଡ ଉପରେ ଟ୍ରଲର ଚକ ଚଢି ଯାଇଥିଲା। ଘଟଣା ସ୍ଥଳରେ ଗଣେଷଙ୍କର ମୃତ୍ୟୁ ହୋଇ ଯାଇଥିଲା। କିନ୍ତୁ ତାଙ୍କର ବଡ ବୋଉଙ୍କୁ ଗୁରୁତର ଅବସ୍ଥାରେ ଟାଙ୍ଗୀ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଅବସ୍ଥା ସଂକଟାପନ୍ନ ହେବାରୁ ଡାକ୍ତର ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତରିତ କରିଦେଇଛନ୍ତି।

ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ଦେଖାଯାଇଥିଲା। ସ୍ଥାନୀୟ ଲୋକେ ମୃତ ଦେହ ରଖି ଜାତୀୟ ରାଜପଥ ଅବରୋଧ କରିଥିବା ଜଣାପଡିଛି। ଗ୍ରାମବାସୀମାନେ ମୃତକଙ୍କ ପରିବାରକୁ କ୍ଷତି ପୂରଣ ଦାବି କରି ଜାତୀୟ ରାଜପଥ ଉପରେ ପ୍ରତିବାଦ କରିଛନ୍ତି।

ତେବେ ବାଲୁଗାଁ ଏସଡିପିଓ ମାନସ ରଞ୍ଜନ ବାରିକ, ଟାଙ୍ଗୀ ଆଇଆଇସି ବିଜୟ କୁମାର ମଲିକ ଏବଂ କୁହୁଡି ଫାଣ୍ଡି ଅଧିକାରୀ ନିରଞ୍ଜନ ରାଉତ ଘଟଣାସ୍ଥଳରେ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଛନ୍ତି। ମୃତକଙ୍କ ପରିବାରକୁ କ୍ଷତି ପୂରଣ ସହ ସେହି ସ୍ଥାନରେ ଏକ ଓଭର ବ୍ରିଜ ନିର୍ମାଣ ପାଇଁ ସ୍ଥାନୀୟ ଲୋକେ ଦାବି କରିଛନ୍ତି। ବାଲୁଗାଁ ଏସଡିପିଓ ଶ୍ରୀ ବାରିକଙ୍କ ଆଶ୍ଵାସନା ପରେ ଦୀର୍ଘ ୩ ଘଣ୍ଟା ଧରି ପ୍ରତିବାଦ କରୁଥିବା ଉତ୍ୟକ୍ତ ଲୋକେ ଧାରଣାରୁ ଉଠିଥିବା ଜଣାପଡିଛି।

ଅପରପକ୍ଷେ ଦୁର୍ଘଟଣା ଘଟାଇଥିବା ଗାଡିକୁ ଜବତ କରାଯାଇଥିବା ବେଳେ ଚାଳକଙ୍କୁ ପୋଲିସ ଅଟକ ରଖିଥିବା ସୂଚନା ମିଳିଛି।

କୟଥପଲା ଛକ କୁହୁଡି ଜାତୀୟ ରାଜପଥ ମର୍ମନ୍ତୁଦ ସଡକ ଦୁର୍ଘଟଣା ମହିଳା ଗୁରୁତର
Share. Facebook Twitter LinkedIn Email WhatsApp Copy Link

Related Posts

“ଦୁଇ ଦିନ ମଧ୍ୟରେ ପର୍ଦ୍ଦାଫାସ କରିବି”: ରାହୁଲଙ୍କୁ ଭେଟି ବିମାନ ଦୁର୍ଘଟଣା ସମ୍ପର୍କରେ କହିଲେ ରୋହିତ ପାୱାର

March 12, 2026

ମୁଖ୍ୟମନ୍ତ୍ରୀଙ୍କ ଚିଠିର ପ୍ରଭାବ: ନୂଆ ଅମୃତ ଭାରତ ଟ୍ରେନକୁ ଅନୁମୋଦନ କଲେ ରେଳମନ୍ତ୍ରୀ

March 12, 2026

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026
Latest News

“ଦୁଇ ଦିନ ମଧ୍ୟରେ ପର୍ଦ୍ଦାଫାସ କରିବି”: ରାହୁଲଙ୍କୁ ଭେଟି ବିମାନ ଦୁର୍ଘଟଣା ସମ୍ପର୍କରେ କହିଲେ ରୋହିତ ପାୱାର

March 12, 2026

ମୁଖ୍ୟମନ୍ତ୍ରୀଙ୍କ ଚିଠିର ପ୍ରଭାବ: ନୂଆ ଅମୃତ ଭାରତ ଟ୍ରେନକୁ ଅନୁମୋଦନ କଲେ ରେଳମନ୍ତ୍ରୀ

March 12, 2026

ବଡ଼ କୂଟନୈତିକ ସଫଳତା!: ଭାରତୀୟ ତୈଳ ଜାହାଜକୁ ଅନୁମତି ଦେଲା ଇରାନ

March 12, 2026

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.