Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିଲିକା ବିଧାୟକଙ୍କ ଗିରଫ ଦାବି: ଖୋର୍ଦ୍ଧା ଏସ୍.ପି ଅଫିସ ଆଗରେ ବିକ୍ଷୋଭ କଲା ବିଜେପି ଜନଜାତି ମୋର୍ଚ୍ଚା
ଆଜିର ଖବର

ଚିଲିକା ବିଧାୟକଙ୍କ ଗିରଫ ଦାବି: ଖୋର୍ଦ୍ଧା ଏସ୍.ପି ଅଫିସ ଆଗରେ ବିକ୍ଷୋଭ କଲା ବିଜେପି ଜନଜାତି ମୋର୍ଚ୍ଚା

September 16, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ବିଜେପି କର୍ମୀଙ୍କୁ ମାଡ଼ମାରିବା ଏବଂ ଜାତିଆଣ ଆକ୍ଷେପ ଘଟଣାକୁ ନେଇ ବିଜେପି ଜନଜାତି ମୋର୍ଚ୍ଚା ପକ୍ଷରୁ ଖୋର୍ଦ୍ଧା ଏସ୍.ପି ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ବିଜେପି ପକ୍ଷରୁ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ ଦାବି କରାଯାଇଛି।

ଉଲ୍ଲେଖ ଯୋଗ୍ୟ ଯେ, ବିଗତ ୮ ତାରିଖ ଅପରାହ୍ନରେ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟାଳୟ ପରିସରରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବିଜେପି ବାଲୁଗାଁ ନଗର ମଣ୍ଡଳ ସଭାପତି ନିରଞ୍ଜନ ସେଠିଙ୍କୁ ଗାଳିଗୁଲଜ କରିବା ସହିତ ମାଡ଼ ମାରିଥିବାର ଅଭିଯୋଗ ହୋଇଥିଲା। ଏହା ସହ ସେହି ସମୟରେ ଭିଡ଼ିଓ ଉତ୍ତୋଳନ କରୁଥିବା ସାମ୍ବାଦିକ ଦିବ୍ୟକାନ୍ତ ବେହେରାଙ୍କୁ ବିଧାୟକ ଗାଳିଗୁଲଜ କରିବା ସହ ତାଙ୍କ ମୋବାଇଲ ଛଡେଇନେଇଥିବା ଅଭିଯୋଗ ହୋଇଥିଲା। ତେବେ ଏହାକୁ ନେଇ ବାଲୁଗାଁ ଥାନାରେ ବିଜେପି କର୍ମୀ ଏବଂ ସାମ୍ବାଦିକଙ୍କ ପକ୍ଷରୁ ଦୁଇଟି ପୃଥକ ପୃଥକ ଏତଲା ଦିଆଯାଇଥିଲା।

ଏହାପରେ ବିଜେଡ଼ି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟାନୁଷ୍ଠାନସ୍ୱରୂପ ବିଧାୟକଙ୍କୁ ତୁରନ୍ତ ଦଳରୁ ନିଲମ୍ବନ କରିଥିଲେ। କିନ୍ତୁ ବିଧାୟକଙ୍କୁ ଗିରଫ କରାଯାଇନଥିବାରୁ ବିଜେପି ଜନଜାତି ମୋର୍ଚ୍ଚା ପକ୍ଷରୁ ଆଜି ଏକ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା।

ଭାରତୀୟ ଜନତା ଦଳ ଜନଜାତି ମୋର୍ଚ୍ଚାର ଶହ ଶହ ବିଜେପି କର୍ମୀଙ୍କ ସହିତ ବରିଷ୍ଠ ନେତୃମଣ୍ଡଳି ମାନେ ଖୋର୍ଦ୍ଧା ଏସ୍.ପି ଅଫିସ ଆଗରେ ଧାରଣା ଦେଇଥିଲେ। ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ, ବିଜେପି ରାଜ୍ୟ ଜନଜାତି ମୋର୍ଚ୍ଚାର ସଭାପତି ବିଭୁ ପ୍ରସାଦ ତରାଇ, ଜିଲ୍ଲା ଜନଜାତି ମୋର୍ଚ୍ଚାର ସଭାପତି ଶିବ ପ୍ରସାଦ ମଲ୍ଲିକ ପ୍ରମୁଖ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଅମାନୁଷିକ କାର୍ଯ୍ୟକୁ କଡ଼ା ନିନ୍ଦା କରିଥିଲେ। ଏହା ସହ ତୁରନ୍ତ ବିଧାୟକ ଜଗଦ୍ଦେଵଙ୍କୁ ଗିରଫ କରିବା ନେଇ ବିଜେପି ପକ୍ଷରୁ ୧୬ ଜଣିଆ ପ୍ରତିନିଧି ମଣ୍ଡଳୀ ଏସ୍.ପି ରାଜ କିଶୋର ଦୋରାଙ୍କୁ ସାକ୍ଷାତ କରି ଦାବିପତ୍ର ପ୍ରଦାନ କରିଥିଲେ।

ତେବେ ଯଥାଶୀଘ୍ର ବିଧାୟକ ଜଗଦ୍ଦେବଙ୍କୁ ଗିରଫ କରାନଗଲେ ଏହି ଆନ୍ଦୋଳନକୁ ରାଜ୍ୟବ୍ୟାପି ସମସ୍ତ ଏସ୍.ପି ଅଫିସ ଆଗରେ ବିକ୍ଷୋଭ କରାଯିବ ବୋଲି ବିଜେପି ପକ୍ଷରୁ ଚେତାବନୀ ଦିଆଯାଇଛି।

ଅନୁରୂପ ଭାବେ ଆମେ ବିଜେପି ଜନଜାତି ମୋର୍ଚ୍ଚାର ଗିରଫଦାରୀ ଦାବିପତ୍ର ଗ୍ରହଣ କରିଛୁ।  ଏବଂ ଆଇନ ଅନୁଯାୟୀ ପଦକ୍ଷେପ ନେବୁ ବୋଲି ଏସପି ଶ୍ରୀ ଦୋରା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ଗିରଫ ଦାବି ଚିଲିକା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Latest News

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.