Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୃଷ୍ଟି ହେଉଛି ଏକାଧିକ ଘୁର୍ଣ୍ଣିବଳୟ: ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା
ଆଜିର ଖବର

ସୃଷ୍ଟି ହେଉଛି ଏକାଧିକ ଘୁର୍ଣ୍ଣିବଳୟ: ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା

September 19, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆଗାମୀ ୧୦ ଦିନ ମଧ୍ୟରେ ବଙ୍ଗୋପସାଗର ରେ ଏକାଧିକ ଘୁର୍ଣ୍ଣିବଳୟର ସୃଷ୍ଟି ହେବାକୁ ଯାଉଛି। ଏହାର ପ୍ରଭାବରେ ଓଡିଶାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଗୋଟିଏ ଘୂର୍ଣି ବଳୟ ବର୍ତ୍ତମାନ ବଙ୍ଗୋପସାଗରରେ ରହିଥିବା ବେଳେ ଆଗାମୀ କିଛି ଦିନ ମଧ୍ୟରେ ଏକାଧିକ ଲଘୁଚାପ କେନ୍ଦ୍ରୀଭୂତ ହେବାର ସମ୍ଭାବନା ରହିଛି ବୋଲି ସିଇସି ର ନିର୍ଦେଶକ ଡ଼ଃ ଶରତ ଚନ୍ଦ୍ର ସାହୁ କହିଛନ୍ତି।

ଏହି ଘୁର୍ଣ୍ଣି ବଳୟ ଗୁଡିକ ଦକ୍ଷିଣ ଚାଇନା ସାଗର ରୁ ପଶ୍ଚିମ ଦିଗକୁ ଗତି କରି ମ୍ୟାନମାର ଓ ଥାଇଲାଣ୍ଡ ଦେଇ ବଙ୍ଗୋପସାଗର ଆଡ଼କୁ ମୁହାଁଉଛନ୍ତି। ଏହା ମଧ୍ୟରୁ ଗୋଟିଏ ଘୁର୍ଣ୍ଣିବଳୟ ବର୍ତମାନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ସ୍ଥିର ରହିଛି ଓ ଏହାର ପ୍ରଭାବରେ ଓଡିଶାର ଅଧିକାଂଶ ସ୍ଥାନରେ ରବିବାର ଠାରୁ ସେପ୍ଟେମ୍ବର ୨୩ ତାରିଖ ପର୍ଯ୍ୟନ୍ତ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ସେପ୍ଟେମ୍ବର ୨୦ ରୁ ୨୨ ତାରିଖ ମଧ୍ୟରେ ଭଦ୍ରକ, କେନ୍ଦ୍ରାପଡ଼ା, ପୁରୀ, ଜଗତସିଂହପୁର, ଖୋର୍ଦ୍ଧା, କଟକ, କେନ୍ଦୁଝର, ମୟୁରଭଞ୍ଜ, ଯାଜପୁର, ସୁନ୍ଦରଗଡ଼, ସୋନପୁର, ବୌଦ୍ଧ, ଦେଓଗଡ, ସମ୍ବଲପୁର, ବରଗଡ, ବଲାଙ୍ଗୀର, କନ୍ଧମାଳ, ଢେଙ୍କାନାଳ ଓ ଅନୁଗୁଳ ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଡ଼ଃ ସାହୁ କହିଛନ୍ତି।

ସେହିପରି ଉତ୍ତର ପଶ୍ଚିମ ବଙ୍ଗୋପ ସାଗରରେ ସେପ୍ଟେମ୍ବର ୨୪ ତାରିଖ ରେ ଅନ୍ୟଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବା ସହ ସେପ୍ଟେମ୍ବର ୨୫ ତାରିଖ ସୁଦ୍ଧା ଏହା ଲଘୁଚାପ ରେ ପରିଣତ ହେବ ଓ ସେପ୍ଟେମ୍ବର ୨୬ ତାରିଖରେ ଅବପାତର ରୂପ ନେବାର ସମ୍ଭାବନା ଥିବା ଜଣାପଡିଛି। ଏହାର ପ୍ରଭାବରେ ସେପ୍ଟେମ୍ବର ୨୬ ଓ ୨୭ ତାରିଖରେ ଉପକୂଳ ଓଡିଶା ଓ ଏହାର ସଂଲଗ୍ନ ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହା ଭଦ୍ରକ ଜିଲ୍ଲା ଦେଇ ଉତ୍ତର ଓଡିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ଅଛି ବୋଲି ଡ଼ଃ ସାହୁ କହିଛନ୍ତି।

ସେହିପରି ଅନ୍ୟ ଏକ ଘୁର୍ଣ୍ଣି ବଳୟ ଉତ୍ତର ପୂର୍ବ ବଙ୍ଗୋପସାଗରରେ ସେପ୍ଟେମ୍ବର ୨୬ ତାରିଖରେ କେନ୍ଦ୍ରୀଭୂତ ହେବାର ସମ୍ଭାବନା ଥିବା ବେଳେ ୨୮ ତାରିଖ ସୁଦ୍ଧା ଏହା ଲଘୁଚାପ ରେ ପରିଣତ ହେବାର ସମ୍ଭାବନା ରହିଛି।

ଓଡିଶା ଘୁର୍ଣ୍ଣିବଳୟ ପ୍ରବଳରୁ ଅତି ପ୍ରବଳ ବର୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ଚଣ୍ଡିଖୋଲ ଠାରେ ‘ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ’ ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ତ୍ୱରାନ୍ୱିତ କରିବା ପାଇଁ ଚିଠି

March 26, 2026

ଭାରତର ଏନଡିସିକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍

March 26, 2026

ପ୍ରିଜିମ୍‍-ଏସଜି ପୋର୍ଟାଲର ଶୁଭାରମ୍ଭ

March 26, 2026

ଇମିଗ୍ରେସନ, ଭିସା, ବିଦେଶୀ ପଞ୍ଜୀକରଣ ଏବଂ ଟ୍ରାକିଂ ଯୋଜନା ଜାରି ରଖିବାକୁ କ୍ୟାବିନେଟ ମଞ୍ଜୁରି

March 26, 2026
Latest News

ଚଣ୍ଡିଖୋଲ ଠାରେ ‘ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ’ ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ତ୍ୱରାନ୍ୱିତ କରିବା ପାଇଁ ଚିଠି

March 26, 2026

ଭାରତର ଏନଡିସିକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍

March 26, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃ-ମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 26, 2026

ପ୍ରିଜିମ୍‍-ଏସଜି ପୋର୍ଟାଲର ଶୁଭାରମ୍ଭ

March 26, 2026

ଇମିଗ୍ରେସନ, ଭିସା, ବିଦେଶୀ ପଞ୍ଜୀକରଣ ଏବଂ ଟ୍ରାକିଂ ଯୋଜନା ଜାରି ରଖିବାକୁ କ୍ୟାବିନେଟ ମଞ୍ଜୁରି

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.