Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜଗତସିଂହପୁର ଜିଲ୍ଲାକୋର୍ଟରେ ୩ୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ
ଆଜିର ଖବର

ଜଗତସିଂହପୁର ଜିଲ୍ଲାକୋର୍ଟରେ ୩ୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

September 19, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି
ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ଅଦାଲତ ପ୍ରାଙ୍ଗଣରେ ଆଜି ଚଳିତ ବର୍ଷର ୩ୟ ରାଷ୍ଟ୍ରୀୟ ଲୋକ ଅଦାଲତ ଜିଲ୍ଲା ଓ ଦୌରାଜଜ୍ ତଥା ଜିଲ୍ଲା ଆଇନସେବା ପ୍ରାଧିକରଣର ଅଧ୍ୟକ୍ଷ ଆନନ୍ଦ ଚନ୍ଦ୍ର ବେହେରାଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି।

ଏହି ଲୋକ ଅଦାଲତରେ ଜିଲ୍ଲା ଓ ଦୌରାଜଜ୍ ଆନନ୍ଦ ଚନ୍ଦ୍ର ବେହେରା, ପରିବାର ଅଦାଲତ ଜଜ୍ ଡଃ ଜୀବନ ଜ୍ୟୋତି ରଥ, ଅତିରିକ୍ତ ଜିଲ୍ଲା ଜଜ୍ ଇତିଶ୍ରୀ ମାଳବିକା ଭୂୟାଁ, ସି.ଜି.ଏମ୍ ପ୍ରିୟ ରଞ୍ଜନ ମିଶ୍ର, ଜିଲ୍ଲା ଆଇନସେବା ପ୍ରାଧିକରଣର ସଚିବ ସୁନନ୍ଦା ପାଢୀ, ସବ୍ ଜଜ୍ ଶଶୀରେଖା ମିଶ୍ର, ସବଜଜ୍ ଅଭୟ କୁମାର ଦାସ, ରେଜିଷ୍ଟାର ସିଭିଲ୍ କୋର୍ଟସ୍ ସୁଦିପା ପାତ୍ର, ମହିଳା କୋର୍ଟ ଜଜ୍ ରଶ୍ମିତା ସାହୁ, ସିଭିଲ୍ ଜଜ୍ ବିଷ୍ଣୁ ପ୍ରସାଦ ଦେବତା, ଏସ୍.ଡି.ଜେ.ଏମ୍ ଋତୁପର୍ଣ୍ଣା ମିଶ୍ର, ଜେ.ଏମ୍.ଏଫ୍.ସି ଝିଲିଲିନା ନାୟକ ପ୍ରମୁଖ ଯୋଗଦେଇ ମାମଲା ଗୁଡିକର ପରିଚାଳନା କରିଥିଲେ।

ଦୁର୍ଘଟଣା ଜନିତ ମକଦ୍ଦମା ବିଚାର ପାଇଁ ଉଦ୍ଦିଷ୍ଟ ବେଞ୍ଚରେ ସରକାରୀ ଓକିଲ ସଲିଲ୍ କୁମାର ଘୋଷ,ଡାକ୍ତର ସତ୍ୟବ୍ରତ ଭୂୟାଁ, ଆଇନଜୀବୀ ଧିରେନ୍ଦ୍ର ନାଥ ଆଚାର୍ଯ୍ୟ, ସାମାଜିକ କର୍ମୀ ସୁଷମା ପ୍ରଧାନ ସଭ୍ୟ ଭାବେ ମୋକଦ୍ଦମା ପରିଚାଳନା କରିଥିଲେ। ଦୁର୍ଘଟଣା ଜନିତ କ୍ଷତିପୂରଣ, ଫୌଜଦାରୀ ଦେୱାନୀ, ପାରିବାରିକ ଓ ଅନ୍ୟାନ୍ୟ ମାମଲା ସହିତ ଜଗତସିଂହପୁର ଅଞ୍ଚଳରେ ଥିବା ବ୍ୟାଙ୍କ ମାମଲା ସମ୍ବନ୍ଧୀୟ ପ୍ରାକ୍ ମୋକଦ୍ଦମା ଆଦି ମଧ୍ୟ ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ଫଇସଲା ହୋଇଥିଲା।

ମୋଟ୍ ୧୪୪୧ଟି ମାମଲାରୁ ୨୦୫ଟି ସଫଳତାର ସହ ଫଇସଲା ହେବା ସହିତ ୧୯୧୬୯୨୨୬ ଟଙ୍କା ଆଦାୟ କରାଯାଇଛି। ସେହିପରି ବ୍ୟାଙ୍କ ମାମଲା ସମ୍ବନ୍ଧୀୟ ପ୍ରାକ୍ ମୋକଦ୍ଦମାରେ ୯୪୬ଟି ମାମଲାରୁ ୯୧ଟି ସଫଳତାର ସହ ଫଇସଲା ହେବା ସହିତ ୧୭,୯୫,୫୪୨ ଟଙ୍କା ଆଦାୟ କରାଯାଇଛି।

ଜଗତସିଂହପୁର ରାଷ୍ଟ୍ରୀୟ ଲୋକ ଅଦାଲତ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

May 14, 2026

ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ ପାଇଁ ବସିଲା ପ୍ରସ୍ତୁତି ବୈଠକ, ନିଆଗଲା ଏହି ସବୁ ନିଷ୍ପତି

May 14, 2026

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026
Latest News

ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

May 14, 2026

ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ ପାଇଁ ବସିଲା ପ୍ରସ୍ତୁତି ବୈଠକ, ନିଆଗଲା ଏହି ସବୁ ନିଷ୍ପତି

May 14, 2026

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.