
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩୦ ହଜାର ୨୫୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୯୫ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩୪ ଲକ୍ଷ ୭୮ ହଜାର ୧୦୫ ରେ ପହଞ୍ଚିଛି।
ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୫ ହଜାର ୧୩୩ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୨୭ ଲକ୍ଷ ୧୫ ହଜାର ୧୦୫ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩ ଲକ୍ଷ ୧୮ ହଜାର ୧୮୧ ଆକ୍ଟିଭ୍ କେସ୍ ରହିଛି।