
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨୬ ହଜାର ୯୬୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୮୩ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩୫ ଲକ୍ଷ ୩୧ ହଜାର ୪୯୮ ରେ ପହଞ୍ଚିଛି।
ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୫ ହଜାର ୭୬୮ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୨୭ ଲକ୍ଷ ୮୩ ହଜାର ୭୪୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩ ଲକ୍ଷ ୧ ହଜାର ୯୮୯ ଆକ୍ଟିଭ୍ କେସ୍ ରହିଛି।