ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୪ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୧୫୦ କୁ ବୃଦ୍ଧି

Published: Sep 22, 2021, 11:33 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୫୦ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି କଟକ, କେନ୍ଦ୍ରପଡା, ଖୋର୍ଦ୍ଧା ଓ ନୟାଗଡ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୧ ହଜାର ୯୫୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୮ ହଜାର ୨୨୬ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୫୨୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୫୦ କୁ ବୃଦ୍ଧି ହୋଇଛି।

Related posts