ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୭ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୧୫୭ କୁ ବୃଦ୍ଧି

Published: Sep 23, 2021, 11:04 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୭ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୫୭ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଅନୁଗୁଳ, କଟକ, ଯାଜପୁର, ଖୋର୍ଦ୍ଧା, ନବରଙ୍ଗପୁର, ପୁରୀ ଓ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୨ ହଜାର ୫୯୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୮ ହଜାର ୬୭୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୭୧୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୫୭ କୁ ବୃଦ୍ଧି ହୋଇଛି।

Related posts