ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୧୭ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

Published: Sep 23, 2021, 8:08 pm IST

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୪୧୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୮୦, କଟକରୁ ୩୮, ବାଲେଶ୍ବରରୁ ୨୬, ଯାଜପୁରରୁ ୨୦, ମୟୂରଭଞ୍ଜରୁ ୧୯, ଜଗତସିଂହପୁରରୁ ୧୩, କେନ୍ଦ୍ରାପଡାରୁ ୧୦, ଝାରସୁଗୁଡାରୁ ୯, ରାୟଗଡାରୁ ୮, ଅନୁଗୁଳରୁ ୭, ଢେଙ୍କାନାଳରୁ ୬, ପୁରୀରୁ ୬, ସୁନ୍ଦରଗଡରୁ ୫, ଭଦ୍ରକରୁ ୪, ଗଞ୍ଜାମରୁ ୪, କୋରାପୁଟରୁ ୪, ନୟାଗଡରୁ ୪, ବରଗଡରୁ ୩, ଦେବଗଡରୁ ୨, କେନ୍ଦୁଝରରୁ ୨, ନବରଙ୍ଗପୁରରୁ ୨, ବଲାଙ୍ଗୀରିରୁ ୧, କନ୍ଧମାଳରୁ ୧, ମାଲକାନଗିରିରୁ ୧ ଏବଂ ଷ୍ଟେଟ ପୁଲରୁ ୪୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୯ ହଜାର ୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୨ ହଜାର ୫୯୪ କୁ ବୃଦ୍ଧି ହୋଇଥିବାବେଳେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୨୯୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୫୭ କୁ ବୃଦ୍ଧି ହୋଇଛି।

Related posts