କରୋନା ଅପଡେଟ୍: ଦେଶରେ ତଳ ମୁହାଁ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

Published: Sep 24, 2021, 10:57 am IST

ନୂଆଦିଲ୍ଲୀ: ଦେଶରେ କରୋନା ସକ୍ରିୟ ମାମଲା ହ୍ରାସ ପାଇଛି। ଦେଶରେ ଏବେ ୩ ଲକ୍ଷ ୧୬୨ ଜଣ କରୋନା ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ଗତ ୨୪ ଘଣ୍ଟାରେ ଦେଶରେ ୩୧ ହଜାର ୩୮୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୧୮ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩୫ ଲକ୍ଷ ୯୪ ହଜାର ୮୦୩ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୬ ହଜାର ୩୬୮ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୨୮ ଲକ୍ଷ ୪୮ ହଜାର ୨୭୩ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩ ଲକ୍ଷ ୧୬୨ ଆକ୍ଟିଭ୍‌ କେସ୍ ରହିଛି।

Related posts