କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୨୯ ହଜାର ୬୧୬ ଆକ୍ରାନ୍ତ ଚିହ୍ନଟ

Published: Sep 25, 2021, 11:22 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨୯ ହଜାର ୬୧୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୯୦ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩୬ ଲକ୍ଷ ୨୪ ହଜାର ୪୧୯ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୬ ହଜାର ୬୫୮ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୨୮ ଲକ୍ଷ ୭୬ ହଜାର ୩୧୯ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩ ଲକ୍ଷ ୧୬୨ ଆକ୍ଟିଭ୍‌ କେସ୍ ରହିଛି।

Related posts