ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୭ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୧୭୦ କୁ ବୃଦ୍ଧି

Published: Sep 25, 2021, 1:03 pm IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୭ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୭୦ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨ ଜଣ, ଅନୁଗୁଳ, ବାଲେଶ୍ୱର, ଭଦ୍ରକ, କଟକ ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଏଁ  ଆକ୍ରାନ୍ତ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୩ ହଜାର ୭୩୫ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୯ ହଜାର ୫୮୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୯୩୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୭୦ କୁ ବୃଦ୍ଧି ହୋଇଛି।

Related posts