Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସୁଛି ଆଉ ଏକ ବାତ୍ୟା ‘ଗୁଲାବ’!: ଆସନ୍ତାକାଲି ସନ୍ଧ୍ୟାରେ କରିବ ଲ୍ୟାଣ୍ଡଫଲ, ୭ ଟି ଜିଲ୍ଲା ହେବେ ପ୍ରଭାବିତ
ଆଜିର ଖବର

ଆସୁଛି ଆଉ ଏକ ବାତ୍ୟା ‘ଗୁଲାବ’!: ଆସନ୍ତାକାଲି ସନ୍ଧ୍ୟାରେ କରିବ ଲ୍ୟାଣ୍ଡଫଲ, ୭ ଟି ଜିଲ୍ଲା ହେବେ ପ୍ରଭାବିତ

September 25, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ ଆଜି ସନ୍ଧ୍ଯାରେ ବାତ୍ୟାର ରୂପ ନେବ। ସମ୍ଭାବ୍ୟ ବାତ୍ୟା ‘ଗୁଲାବ’  ଆନ୍ଧ୍ରପ୍ରଦେଶର କଳିଙ୍ଗପଟ୍ଟନମ ନିକଟରେ ଲ୍ୟାଣ୍ଡଫଲ କରିବା ଆକଳନ କରାଯାଉଛି। ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୧୨ କିଲୋମିଟର ବେଗରେ ବାତ୍ୟା ଗତିକରୁଛି। ତୀବ୍ର ଅବପାତଟି ଗୋପାଳପୁର ଠାରୁ ୪୭୦ କିଲୋମିଟର ଦକ୍ଷିଣ- ପୂର୍ବରେ ରହିଛି। କଳିଙ୍ଗପାଟନମ୍ ଠାରୁ ୪୭୦ କିଲୋମିଟର ପୂର୍ବରେ ରହିଛି। ଆନ୍ଧ୍ର ଉପକୂଳ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି। ଏନେଇ ଆଇଏମଡି ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମାହାପାତ୍ର ସୂଚନା ଦେଇଛନ୍ତି।

ଏହାର ପ୍ରଭାବରେ ୭ ଟି ଜିଲ୍ଲା କ୍ଷତିଗ୍ରସ୍ତ ହେବା ନେଇ ସ୍ଵତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ସତର୍କ କରିଛନ୍ତି। ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡା, ନବରଙ୍ଗପୁର, କନ୍ଧମାଳ, ମାଲକାନଗିରି ଜିଲ୍ଲାଗୁଡିକ ଅଧିକ ପ୍ରଭାବିତ ହେବେ। ତେଣୁ ପ୍ରସ୍ତୁତି ରହିବା ପାଇଁ ଏହି ୭ ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। କିନ୍ତୁ ଏହି ସମୟରେ ପବନ ଅଳ୍ପ ବହିବା ସହିତ ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଉଛି। ରବିବାର ଏବଂ ସୋମବାର ଦିନ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି।

ତେବେ ସାମ୍ଭାବ୍ୟ ବାତ୍ୟାକୁ ନେଇ ପ୍ରସ୍ତୂତି ଆରମ୍ଭ କରିଦିଆଯାଇଛି। କିନ୍ତୁ ଏହି ୭ ଟି ଜିଲ୍ଲା ସହ ନୟାଗଡ ଜିଲ୍ଲାରେ ମଧ୍ୟ ଓଡ୍ରାଫ ଓ ଏନଡିଆରଏଫ ଟିମ ମୁତୟନ କରାଯିବ। ମୋଟ ଓଡ୍ରାଫର ୪୨ ଟି ଏବଂ ଏନଡିଆରଏଫର ୨୪ ଟି ଟିମ ପ୍ରଭାବିତ ଜିଲ୍ଲାଗୁଡିକରେ ମୁତୟନ କରାଯିବ।

'ଗୁଲାବ' ଆନ୍ଧ୍ରପ୍ରଦେଶ ଆସୁଛି ବାତ୍ୟା ଲ୍ୟାଣ୍ଡଫଲ ସ୍ଵତନ୍ତ୍ର ରିଲିଫ କମିଶନର
Share. Facebook Twitter LinkedIn Email WhatsApp Copy Link

Related Posts

ପୁରୀ ରଥଯାତ୍ରା ପାଇଁ ପ୍ରଶାସନର ପ୍ରସ୍ତୁତି ଜୋରଦାର; ୨୩ OAS ଅଧିକାରୀଙ୍କୁ ମିଳିଲା ଦାୟିତ୍ୱ

June 30, 2026

ଟ୍ରମ୍ପଙ୍କୁ ସୁପ୍ରିମକୋର୍ଟର ବଡ଼ ଝଟକା; ଜନ୍ମଗତ ନାଗରିକତା ଉପରେ ଆଦେଶ ଖାରଜ

June 30, 2026

କାଲିଠୁ କଳା ବ୍ୟାଜ ପିନ୍ଧିବେ ଏସସିବି ଡାକ୍ତର

June 30, 2026

ରେଳ ସୁରକ୍ଷା ଓ ନିରାପତ୍ତାକୁ ଆହୁରି ସୁଦୃଢ଼ କଲା ପୂର୍ବତଟ ରେଳପଥ

June 30, 2026
Latest News

ପୁରୀ ରଥଯାତ୍ରା ପାଇଁ ପ୍ରଶାସନର ପ୍ରସ୍ତୁତି ଜୋରଦାର; ୨୩ OAS ଅଧିକାରୀଙ୍କୁ ମିଳିଲା ଦାୟିତ୍ୱ

June 30, 2026

ଟ୍ରମ୍ପଙ୍କୁ ସୁପ୍ରିମକୋର୍ଟର ବଡ଼ ଝଟକା; ଜନ୍ମଗତ ନାଗରିକତା ଉପରେ ଆଦେଶ ଖାରଜ

June 30, 2026

କାଲିଠୁ କଳା ବ୍ୟାଜ ପିନ୍ଧିବେ ଏସସିବି ଡାକ୍ତର

June 30, 2026

ରେଳ ସୁରକ୍ଷା ଓ ନିରାପତ୍ତାକୁ ଆହୁରି ସୁଦୃଢ଼ କଲା ପୂର୍ବତଟ ରେଳପଥ

June 30, 2026

ଆଇଟିଇଆରରେ ୫ଦିନିଆ ମ୍ୟାଥ୍‌ମାଟିକ୍ସ ଇନ୍ ମେସିନ୍ ଲର୍ଣ୍ଣିଂ କର୍ମଶାଳା ଉଦ୍‌ଘାଟିତ

June 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.