ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୫ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୧୭୫ କୁ ବୃଦ୍ଧି

Published: Sep 26, 2021, 11:38 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୫ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୭୫ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କେନ୍ଦୁଝର, କୋରାପୁଟ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ  ଆକ୍ରାନ୍ତ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୪ ହଜାର ୩୨୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୦ ହଜାର ୧୮୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୯୦୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୭୫ କୁ ବୃଦ୍ଧି ହୋଇଛି।

Related posts