କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୨୬ ହଜାର ୪୧ ଆକ୍ରାନ୍ତ ଚିହ୍ନଟ

Published: Sep 27, 2021, 10:51 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨୬ ହଜାର ୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୭୬ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩୬ ଲକ୍ଷ ୭୮ ହଜାର ୭୮୬ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୭ ହଜାର ୧୯୪ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୨୯ ଲକ୍ଷ ୬୧ ହଜାର ୫୯୩ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨ ଲକ୍ଷ ୯୯ ହଜାର ୬୨୦ ଆକ୍ଟିଭ୍‌ କେସ୍ ରହିଛି।

Related posts