କରୋନା ଅପଡେଟ୍: ୨୦୧ ଦିନ ପରେ ଦେଶରେ ୨୦ ହଜାରରୁ କମ ଆକ୍ରାନ୍ତ ଚିହ୍ନଟ

Published: Sep 28, 2021, 11:13 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୮ ହଜାର ୭୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୭୯ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩୬ ଲକ୍ଷ ୯୭ ହଜାର ୫୮୧ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୭ ହଜାର ୩୭୩ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୨୯ ଲକ୍ଷ ୮୭ ହଜାର ୬୨୩ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨ ଲକ୍ଷ ୯୨ ହଜାର ୨୦୬ ଆକ୍ଟିଭ୍‌ କେସ୍ ରହିଛି।

Related posts