Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶିକ୍ଷକ ଡେପୁଟେସନ୍ ରଦ୍ଦ ଦାବୀ: ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ତାଲା ମାରିଲେ ଅଭିଭାବକ
ଆଜିର ଖବର

ଶିକ୍ଷକ ଡେପୁଟେସନ୍ ରଦ୍ଦ ଦାବୀ: ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ତାଲା ମାରିଲେ ଅଭିଭାବକ

September 28, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ: ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକ୍ ଡଇଁଚା ଗ୍ରାମରେ ଥିବା ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଓ ଶିକ୍ଷା କର୍ମାଚାରୀ ମାନଙ୍କୁ ଡେପୁଟେସନ୍ ରେ ପଠାଉଥିବାରୁ ବିଦ୍ୟାଳୟ ପରିଚାଳନା କମିଟି ଓ ଅଭୀଭାବକମାନେ ବିଦ୍ୟାଳୟର ଫାଟକ ତଥା ଅଫିସ୍ ରେ ତାଲା ମାରି ଆନ୍ଦୋଳନ କରିଛନ୍ତି।

ଏ ସଂପର୍କରେ ଜିଲ୍ଲାପାଳ ଜିଲ୍ଲା ଶିକ୍ଷା ଅଧିକାରୀ, ମୁଖ୍ୟମନ୍ତ୍ରୀ ତଥା ୫ଟି ସଚିବଙ୍କୁ ଲିଖିତାକାରରେ ଜଣାଇଥିଲେ ମଧ୍ୟ କୈଣସି ସୁଫଳ ମିଳି ନ ଥିବାରୁ ବାଧ୍ୟ ହୋଇ ବିଦ୍ୟାଳୟରେ ତାଲା ମାରି ଆନ୍ଦୋଳନ କରିଛନ୍ତି। ଦୁଇ ଦିନ ହେଲା ଛାତ୍ରଛାତ୍ରୀ, ବିଦ୍ୟାଳୟ ପରିଚାଳନା କମିଟି ତଥା ଅଭିଭାବକ ମାନେ ବିଦ୍ୟାଳୟ ଫାଟକରେ ବସି ରହିଥିବା ବେଳେ କୌଣସି ଅଧିକାରୀ ମଧ୍ୟ ଆନ୍ଦୋଳନ ଚଳାଇଥିବା ଆନ୍ଦୋଳନ କାରୀଙ୍କ ପାଖକୁ ଆସି ନାହାନ୍ତି।

ସରକାର ଏହି ବିଦ୍ୟାଳୟକୁ ମଡେଲ୍ ବିଦ୍ୟାଳୟ ଭାବରେ ମନୋନୀତ କରିଛି। ତେବେ ଏହି ବିଦ୍ୟାଳୟର କୋଠା ନିର୍ମାଣ ଠାରୁ ଆରମ୍ଭ କରି ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ଜୋରସୋରରେ ଚାଲିଥିବା ବେଳେ ଆଗାମୀ ନଭେମ୍ବର ମାସରେ ମଡେଲ୍ ସ୍କୁଲ୍ ଭାବରେ ଉଦ୍ଘାଟନ କରିବାର ଯୋଜନା କରିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ। ଏହା ସତ୍ତ୍ୱେ ବାପୁଜୀ ହାଇସ୍କୁଲରେ ଶିକ୍ଷକ ଅଭାବଦେଖା ଦେଇଥିବା ବେଳେ ଶିକ୍ଷକ ଅଭାବରୁ ପାଠ ପଢାରେ ଘୋର ବ୍ୟାଘାତ ସୃଷ୍ଟି ହୋଇଥିବା ଅଭୀଭାବକ ମାନେ ଅଭିଯୋଗ ମଧ୍ୟ କରିଛନ୍ତି। ବିଦ୍ୟାଳୟରେ ଚାଲିଥିବା ସମସ୍ତ କାର୍ଯ୍ୟକୁ ବନ୍ଦ କରିଦେଇଛନ୍ତି। ବର୍ତ୍ତମାନ ବିଦ୍ୟାଳୟରେ୨୮୮ ଜଣ ଛାତ୍ର ଛାତ୍ରୀ ପାଠ ପଢୁଛନ୍ତି। ବିଦ୍ୟାଳୟରେ ଷଷ୍ଠରୁ ଦଶମ ପର୍ଯ୍ୟନ୍ତ ରହିଛି। ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ବାରମ୍ବାର ବିଦ୍ୟାଳୟରେ ତାଲା ବନ୍ଦ ଆନ୍ଦୋଳନ ପୂର୍ବରୁ କରାଯାଇଥିବା ବେଳେ ସରକାରଙ୍କୁ ମଧ୍ୟ ଜଣାଇ ଦିଆଯାଇଥିଲା।

ସୂଚନା ଥାଉକି ଏଠାରେ ଥିବା କିରାଣୀ ମଦନ ମୋହନ ପ୍ରଧାନଙ୍କୁ ବ୍ଲକ୍ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ନାକଟିଦେଉଳକୁ ଡେପୁଟେସନ୍ ରେ ବହୁ ବର୍ଷ ହେଲା ପଠାଯାଇଥିବା ବେଳେ, ଶିକ୍ଷୟତ୍ରୀ ସଂଧ୍ୟାରାଣୀ ବିଶିଙ୍କୁ ବର୍ଷେ ଭିତରେ ବାରବାଙ୍କ ଓ ପରେ ପରେ ଚାଟୁଣି ପ୍ରାଥମିକ ବିଦ୍ୟାଳୟକୁ ଡେପୁଟେସନ୍ ପଠାଇସାରିବା ପରେ ପୁଣି ସରକାରୀ ଶିକ୍ଷକ ମଧୁସୂଦନ ରାଉଳଙ୍କୁ ଘୋଷରାମାଳ ଉଚ୍ଚ ବିଦ୍ୟାଳୟକୁ ଡେପୁଟେସନ୍ ରେ ପଠାଯାଇଥିବାରୁ ଅଭିଭାବକ ଓ ପରିଚାଳନା କମିଟି ଲିଖିତା କାରରେ ଶିକ୍ଷା ଅଧିକାରୀ, ଜିଲ୍ଲାପାଳ, ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଥିଲେ। କୌଣସି ସୁଫଳ ନ ମିଳିବାରୁ ବାଧ୍ୟ ହୋଇ ବିଦ୍ୟାଳୟରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ତାଲା ବନ୍ଦ ଆନ୍ଦୋଳନ ଚଳାଇଛନ୍ତି ପରିଚାଳନା କମିଟି ଓ ଅଭିଭାବକମାନେ।

ଏହି ଆନ୍ଦୋଳନରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଜିତେନ୍ଦ୍ର ପ୍ରଧାନ ଡଇଁଚା ସରପଂଚ ପ୍ରବୀଣ କୁମାର ପ୍ରଧାନ, ବିଜେଡି ବ୍ଲକ୍ ସଭାପତି ମୂଳୀଆ ରାଉଳ , ପ୍ରହ୍ଲାଦ ବେହେରା ବହୁ ଅଭିଭାବକ ଓ କମିଟି ସଭ୍ୟ ସଭ୍ୟା ଉପସ୍ଥିତ ଥିଲେ।

ଡଇଁଚା ଗ୍ରାମ ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟ ଶିକ୍ଷକ ଡେପୁଟେସନ୍ ସମ୍ବଲପୁର
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Latest News

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.