Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମ ହସ୍ପିଟାଲର ହୃଦରୋଗ ବିଭାଗ ଟିମ୍ ଦ୍ୱାରା ବିରଳ ଅସ୍ତ୍ରୋପଚାର
ଆଜିର ଖବର

ସମ ହସ୍ପିଟାଲର ହୃଦରୋଗ ବିଭାଗ ଟିମ୍ ଦ୍ୱାରା ବିରଳ ଅସ୍ତ୍ରୋପଚାର

September 30, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଜନ୍ମ ସମୟରୁ ଜୀବନ ସୃଷ୍ଟିକାରୀ ହୃଦରୋଗ ଥିବା ଜଣେ ୨୫ ବର୍ଷ ଯୁବକଙ୍କର ଶରୀରରେ ସଫଳତାର ସହ ବିରଳ ଅସ୍ତ୍ରୋପଚାର କରିଛନ୍ତି ଶିକ୍ଷା ଓ ଅନୁସନ୍ଧାନ ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନସେସ ଆଣ୍ଡ ସମ୍ ହସପିଟାଲର ହୃଦରୋଗ ବିଭାଗର ସର୍ଜନ। ସାରଦା ପ୍ରସନ୍ନ ପାତ୍ର ନାମକ ଯୁବକ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବା ଓ କୌଣସି କାମ କରିବାକୁ ସକ୍ଷମ ହୋଇପାରୁନଥିବା ବେଳେ ତାଙ୍କୁ ବିଭିନ୍ନ ପରୀକ୍ଷା ନିମନ୍ତେ ସମ୍ ହସ୍ପିଟାଲରେ ଭର୍ତ୍ତି କରାଯାଇ ଥିଲା।

ପରୀକ୍ଷା ଦ୍ୱାରା ଦୁଇ ହୃଦଯନ୍ତ୍ରର ମଝିରେ ଥିବା ନିଳୟରେ ଏକ ବଡ ଛିଦ୍ର ରହିଥିବା ଦେଖିବାକୁ ମିଳିଥିଲା। ଏହା ବ୍ୟତିତ ଫୁସଫୁସକୁ ଯାଇଥିବା ଧମନୀ ସମ୍ପୂର୍ଣ ବନ୍ଦ ହୋଇଯାଇଥିଲା। ଏହି ଛିଦ୍ର ଦ୍ୱାରା ଶରୀରର ବିଶୂଦ୍ଧ ରକ୍ତ ଓ ଦୂଷିତ ରକ୍ତ ମିଶି ଯାଉଥିଲା ଏବଂ ଅମ୍ଳଜାନ ସ୍ତର ୭୦ ପ୍ରତିଶତ ରହୁଥିଲା।

ସେହିପରି ଧମନୀର ଆକାର ମଧ୍ୟ ଖୁବ୍ କମ୍ ଥିଲା ବୋଲି ସିଟିଭିଏସ ବିଭାଗର ସିନିୟର କନସଲଟାଂଟ ଡ. ସଂଗ୍ରାମ କେଶରୀ ବେହେରା କହିଛନ୍ତି। ଏହିଭଳି ଅବସ୍ଥାକୁ ଡାକ୍ତରୀ ଶବ୍ଦରେ ଟେଟ୍ରାଲୋଜି ଅଫ ଫାଲଟ ବୋଲି କୁହାଯାଏ ଯାହାକି ଏକ ଜନ୍ମଗତ ତ୍ରୁଟି ବୋଲି ସେ କହିଛନ୍ତି।

ସମ୍ପୃକ୍ତ ରୋଗୀ ଜଣକ ପ୍ରଥମେ କାର୍ଡିଓଲୋଜି ବିଭାଗର କନସଲଟାଂଟ ଡ. ଦିବ୍ୟରଞ୍ଜନ ବେହେରାଙ୍କ ପାଖରେ ଚିକିତ୍ସିତ ହୋଇଥିବା ବେଳେ ସେ ସର୍ଜରୀ ନିମନ୍ତେ କାଥଲାବରେ କଏଲ ଇନବୋଲିଜାଇସନ କରିଥିଲେ। କାର୍ଡିଆକ ଆନାସ୍ଥେସିସ ଡ. ସୁକାନ୍ତ କୁମାର ଭୋଇ ଏହି ସର୍ଜରୀରେ ଏକ ପ୍ରମୂଖ ଭୂମିକା ଗ୍ରହଣ କରିଥିଲେ। ଡ. ସଂଗ୍ରାମ କେଶରୀ ବେହେରା କହିଛନ୍ତି ଯେ, ସର୍ଜରୀ ହେବା ପୂର୍ବରୁ ରୋଗୀଙ୍କୁ ହାର୍ଟ-ଲଙ୍ଗ ମେସିନରେ ରଖାଯାଇଥିଲା।

ପ୍ରଥମେ ତାଙ୍କର ଭେଂଟ୍ରିକୁଲାର ସେପ୍ଟାଲ ଡିଫେକ୍ଟକୁ ବନ୍ଦ କରାଯାଇଥିଲା, ଦକ୍ଷିଣ ପଟର ଭେଂଟ୍ରିକୁଲାର ଆଉଟଫ୍ଲୋ ଟ୍ରାକକୁ ବଡ କରାଯାଇ ଏକ ଟ୍ରାଂସଆନୁଲାର ପ୍ୟାଚ ଲଗାଯାଇଥିଲା। ଏହାଛଡା ଏକ ଭଲ୍‌ଭ ମଧ୍ୟ ଲଗାଯାଇଥିଲା। ରୋଗୀ ଏବେ ସୁସ୍ଥ ହେବା ପରେ ମଙ୍ଗଳବାର ତାଙ୍କୁ ଡିସଚାର୍ଜ କରାଯାଇଛି ବୋଲି ଡାକ୍ତର ବେହେରା କହିଛନ୍ତି।

ବିରଳ ଅସ୍ତ୍ରୋପଚାର ଶିକ୍ଷା ଓ ଅନୁସନ୍ଧାନ ସମ ହସ୍ପିଟାଲ ହୃଦରୋଗ
Share. Facebook Twitter LinkedIn Email WhatsApp Copy Link

Related Posts

ସୋଆକୁ ବଡ଼ ଗୌରବ: ଷ୍ଟାନଫୋର୍ଡ ତାଲିକାରେ ସୋଆର ୩୮ ଗବେଷକ

October 15, 2026

କାରରୁ ଗଂଜେଇ ଜବତ: ୨ ଗିରଫ

October 15, 2026

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଅନ୍ତ୍ୟୋଦୟ ଗୃହ ଯୋଜନାରେ ନିର୍ମାଣ ହେବ ଆଉ ୨,୯୧,୬୬୬ ନୂଆ ଘର

October 15, 2026

କର୍କଟ ରୋଗୀଙ୍କ ପୁନର୍ବାସ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସ୍ୱେଚ୍ଛାସେବୀ ସଂଗଠନକୁ ସମ୍ମାନିତ କଲା ସୋଆ

October 15, 2026
Latest News

SIR ବିବାଦ ମଧ୍ୟରେ ନିର୍ବାଚନ କମିଶନଙ୍କ ବଡ଼ ନିଷ୍ପତ୍ତି: ୧୭ ଟି ରାଜ୍ୟ ପାଇଁ ନେଲେ ଏହି ପଦକ୍ଷେପ

October 15, 2026

ସୋଆକୁ ବଡ଼ ଗୌରବ: ଷ୍ଟାନଫୋର୍ଡ ତାଲିକାରେ ସୋଆର ୩୮ ଗବେଷକ

October 15, 2026

କାରରୁ ଗଂଜେଇ ଜବତ: ୨ ଗିରଫ

October 15, 2026

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଅନ୍ତ୍ୟୋଦୟ ଗୃହ ଯୋଜନାରେ ନିର୍ମାଣ ହେବ ଆଉ ୨,୯୧,୬୬୬ ନୂଆ ଘର

October 15, 2026

କର୍କଟ ରୋଗୀଙ୍କ ପୁନର୍ବାସ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସ୍ୱେଚ୍ଛାସେବୀ ସଂଗଠନକୁ ସମ୍ମାନିତ କଲା ସୋଆ

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.