ଭୁବନେଶ୍ବର: ଆଜି ରାଜ୍ୟରେ ୪୭୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।
ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୨୭୮ ଜଣ ଚିହ୍ନଟ ହୋଇଥିବା ବେଳେ ୧୯୯ ଟି ଲୋକାଲ କେସ୍ ରହିଛ। ୪୭୭ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୭୪ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୬ ହଜାର ୯୫୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୩ ହଜାର ୧୪୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୫୫୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୯୮ କୁ ବୃଦ୍ଧି ହୋଇଛି।
ଆଜି ମୋଟ ୨୨ ଟି ଜିଲ୍ଲାରୁ ୪୭୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୦୦ ଜଣ, କଟକ ଜିଲ୍ଲାରୁ ୬୨, ଅନୁଗୁଳ ଜିଲ୍ଲାରୁ ୫, ବାଲେଶ୍ଵର ଜିଲ୍ଲାରୁ ୨୬ ଜଣ, ଭଦ୍ରକ ଜିଲ୍ଲାରୁ ୭ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧, ଦେବଗଡ ଜିଲ୍ଲାରୁ ୧, ଢେଙ୍କାନାଳ ଜିଲ୍ଲାରୁ ୮, ଗଞ୍ଜାମ ଜିଲ୍ଲାରୁ ୨, ଜଗତସିଂହପୁର ଜିଲ୍ଲାରୁ ୨୩ ଜଣ, ଯାଜପୁର ଜିଲ୍ଲାରୁ ୧୬ ଜଣ, ଝାରସୁଗୁଡା ଜିଲ୍ଲାରୁ ୨, କଳାହାଣ୍ଡି ଜିଲ୍ଲାରୁ ୭, କେନ୍ଦ୍ରାପଡା ଜିଲ୍ଲାରୁ ୪ ଜଣ, କେନ୍ଦୁଝର ଜିଲ୍ଲାରୁ ୫, କୋରାପୁଟ ଜିଲ୍ଲାରୁ ୪, ମୟୂରଭଞ୍ଜ ଜିଲ୍ଲାରୁ ୨୩ ଜଣ, ନୟାଗଡ ଜିଲ୍ଲାରୁ ୨, ପୁରୀ ଜିଲ୍ଲାରୁ ୧୬ ଜଣ, ସମ୍ବଲପୁର ଜିଲ୍ଲାରୁ ୧୧, ସୋନପୁର ଜିଲ୍ଲାରୁ ୨, ସୁନ୍ଦରଗଡ ଜିଲ୍ଲାରୁ ୫ ଏବଂ ଷ୍ଟେଟ ପୁଲରୁ ୪୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।