
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨୬ ହଜାର ୭୨୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୭୭ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩୭ ଲକ୍ଷ ୬୬ ହଜାର ୭୦୭ ରେ ପହଞ୍ଚିଛି।
ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୮ ହଜାର ୩୩୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୦ ଲକ୍ଷ ୪୩ ହଜାର ୧୪୪ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨ ଲକ୍ଷ ୭୫ ହଜାର ୨୨୪ ଆକ୍ଟିଭ୍ କେସ୍ ରହିଛି।