
ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୭ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୦୯ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।
ଆଜି ଖୋର୍ଦ୍ଧା ଓ ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଜଗତସିଂହପୁର, ଯାଜପୁର ଓ କେନ୍ଦ୍ରାପଡା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୭ ହଜାର ୪୩୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୩ ହଜାର ୮୩୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୩୩୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୦୯ କୁ ବୃଦ୍ଧି ହୋଇଛି।