କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୨୫ ହଜାରରୁ କମ ଆକ୍ରାନ୍ତ ଚିହ୍ନଟ

Published: Oct 2, 2021, 11:07 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨୪ ହଜାର ୩୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୩୪ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩୭ ଲକ୍ଷ ୯୧ ହଜାର ୬୧ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୮ ହଜାର ୫୭୩ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୦ ଲକ୍ଷ ୬୮ ହଜାର ୫୯୯ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨ ଲକ୍ଷ ୭୩ ହଜାର ୮୮୯ ଆକ୍ଟିଭ୍‌ କେସ୍ ରହିଛି।

Related posts