Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶା ରାଜ୍ୟ ସଂଗ୍ରହାଳୟରେ ପାଳନ ହେଲା ଗାନ୍ଧିଜୀଙ୍କ ଓଡ଼ିଶା ଆଗମନର ୧୦୦ ବର୍ଷ ପୂର୍ତ୍ତି
ଆଜିର ଖବର

ଓଡ଼ିଶା ରାଜ୍ୟ ସଂଗ୍ରହାଳୟରେ ପାଳନ ହେଲା ଗାନ୍ଧିଜୀଙ୍କ ଓଡ଼ିଶା ଆଗମନର ୧୦୦ ବର୍ଷ ପୂର୍ତ୍ତି

October 2, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଓଡ଼ିଶା ରାଜ୍ୟ ସଂଗ୍ରହାଳୟଠାରେ ପାଳନ ହେଲା ଗାନ୍ଧିଜୀଙ୍କ ଓଡ଼ିଶା ଆଗମନର ୧୦୦ ବର୍ଷ ପୂର୍ତ୍ତି

ଭୁବନେଶ୍ୱର: ଆଜି ପୂର୍ବାହ୍ନରେ ଓଡ଼ିଶା ରାଜ୍ୟ ସଂଗ୍ରହାଳୟଠାରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ଗାନ୍ଧିଜୀଙ୍କ ଓଡ଼ିଶା ଆଗମନର ଏକ ଶହ ବର୍ଷ ପୂର୍ତ୍ତି ଉତ୍ସବ ସମାରୋହପୂର୍ବକ ପାଳିତ ହୋଇଯାଇଛି । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଶାସନ ସଚିବ ଡ. ସୁରେଶ ଚନ୍ଦ୍ର ଦଳାଇ ଏହି ସମାରୋହକୁ ଆନୁଷ୍ଠାନିକ ଭାବେ ଗାନ୍ଧିଜୀଙ୍କ ପ୍ରତିକୃତିରେ ମାଲ୍ୟାର୍ପଣ କରି ଶୁଭାରମ୍ଭ କରିଥିଲେ ।

ଏହି ଅବସରରେ ଆୟୋଜିତ ଏକ ସଂକ୍ଷିପ୍ତ ସଭାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ରଂଜନ କୁମାର ଦାସ ଗାନ୍ଧିଜୀଙ୍କ ବିଚାରଧାରାକୁ ଆମକୁ ଗଭୀରତାର ସହ ହୃଦୟଙ୍ଗମ କରି ତାକୁ କାର୍ଯ୍ୟରେ ଲଗାଇଲେ ତାହା ତାଙ୍କ ପାଇଁ ପ୍ରକୃତ ଶ୍ରଦ୍ଧାଞ୍ଜଳି ହେବ ବୋଲି କହିଥିଲେ ।

ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭୁ୍ୟର ସଂପାଦକ ଡ. ଲେନିନ୍‌ ମହାନ୍ତି ସମ୍ମାନିତ ଅତିଥି ଭାବେ ଯୋଗଦେଇ ଗାନ୍ଧିଜୀଙ୍କ ସଂପର୍କରେ ଉଲ୍ଲେଖ କରି କହିଲେ ଯେ ସେ ଭାରତବର୍ଷର ଏପରି ମହାପୁରୁଷ ଯାହାଙ୍କ ପି୍ରୟଭଜନ ଶ୍ରବଣ ମାତ୍ରେ ଦେହରେ ଦେଶପ୍ରୀତିର ଶିହରଣ ଜାଗୃତ ହୁଏ । ସଭା ପରେ ଡ. ଗୌରାଙ୍ଗ ଚରଣ ଦାସଙ୍କ ନେତୃତ୍ୱରେ ପାଲଲହଡ଼ାର ପ୍ରସିଦ୍ଧ ରାବଣଛାୟା ଲୋକକଳା ମାଧ୍ୟମରେ ‘ଅନୁଗୋଳରେ ଗାନ୍ଧିଜୀ’ ଶୀର୍ଷକ ଏକ ଛାୟା ନାଟକ ପ୍ରଦର୍ଶନ କରାଯାଇଥିଲା । ପ୍ରାଧ୍ୟାପକ ଡ. ଗୌରାଙ୍ଗ ଚରଣ ଦାସଙ୍କୁ ସଚିବ ଅରଟ ପ୍ରତିକୃତି ସ୍ମୃତିଫଳକ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ ।

ଗାଳ୍ପିକା ପ୍ରାଚୀତାରାଙ୍କ ଦ୍ୱାରା ପ୍ରସ୍ତୁତ ଏବଂ ଦାଶ ବେନ୍‌ହୁରଙ୍କ ଦ୍ୱାରା ଲିଖିତ ‘ତୁମେ କହିଥିଲ ବାପୁ’ ଗଳ୍ପର ସିଡ଼ିକୁ ଅତିଥିମାନଙ୍କ ଦ୍ୱାରା ଆନୁଷ୍ଠାନିକ ଭାବେ ଅନାବରଣ କରି ୮ଟି ଗଳ୍ପରୁ ଗୋଟିଏ ଗଳ୍ପର ଭିଡ଼ିଓ ମାଧ୍ୟମରେ ପ୍ରଦର୍ଶନ କରାଯାଇଥିଲା । କାର୍ଯ୍ୟକ୍ରମର ପ୍ରାରମ୍ଭରେ ଉପସ୍ଥିତ ସମସ୍ତେ ରାମ୍‌ଧୁନ୍‌ ଗାନ କରିଥିଲେ । ରାଜ୍ୟ ସଂଗ୍ରହାଳୟର ଅଧୀକ୍ଷକ ଡ. ଭାଗ୍ୟଲିପି ମଲ୍ଲ ସ୍ୱାଗତ ଭାଷଣ ଦେଇଥିବାବେଳେ ଶ୍ରୀମତୀ ଶୁୁଚିସ୍ମିତା ମନ୍ତ୍ରୀ ଓ ଡ. ଭାରତୀ ପାଲ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।

ରାଜ୍ୟ ସଂଗ୍ରହାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱର ଓ ବାରିପଦାରେ ଭିଜିଲାନ୍ସ ଚଢ଼ଉ: ୧୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ, ୨ ଅଡିଟର ଅଟକ

September 11, 2026

ଓଡିଶାକୁ ଆସିଲା ୮,୪୧୭ କୋଟି ଟଙ୍କାର ନିବେଶ ପ୍ରସ୍ତାବ,୧୪,୩୧୦ ନିଯୁକ୍ତି ସମ୍ଭାବନା

September 11, 2026

ବୋଲେରୋକୁ ପିଟିଲା ଆଇଚର: ୮ ମୃତ

September 11, 2026

ଆଜିଠୁ ଲଗାତାର ୪ ଦିନ ବ୍ୟାଙ୍କ ବନ୍ଦ!: ଜାଣନ୍ତୁ କେଉଁ ସେବା ଚାଲିବ, କିପରି କରିବେ ଟଙ୍କା କାରବାର?

September 11, 2026
Latest News

ଭୁଶୁଡ଼ିଲା କଂକ୍ରିଟ୍ ସ୍ଲାବ୍: ୩ ଶ୍ରମିକଙ୍କ ମୃତ୍ୟୁ

September 11, 2026

ଭୁବନେଶ୍ୱର ଓ ବାରିପଦାରେ ଭିଜିଲାନ୍ସ ଚଢ଼ଉ: ୧୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ, ୨ ଅଡିଟର ଅଟକ

September 11, 2026

ଘରକୁ ମହକାଉଛି, ହେଲେ ଶରୀର ପାଇଁ ବିପଦ ଡାକୁନି ତ ରୁମ୍ ଫ୍ରେଶନର?

September 11, 2026

ଭାରତର GDP ଅଭିବୃଦ୍ଧିରେ IMF ଆଶ୍ଚର୍ଯ୍ୟ: ଜାଣନ୍ତୁ କ’ଣ କହିଲେ ମୁଖପାତ୍ର?

September 11, 2026

ଓଡିଶାକୁ ଆସିଲା ୮,୪୧୭ କୋଟି ଟଙ୍କାର ନିବେଶ ପ୍ରସ୍ତାବ,୧୪,୩୧୦ ନିଯୁକ୍ତି ସମ୍ଭାବନା

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.