
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨୦ ହଜାର ୭୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୮୦ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩୮ ଲକ୍ଷ ୩୪ ହଜାର ୭୦୨ ରେ ପହଞ୍ଚିଛି।
ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୮ ହଜାର ୯୯୭ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୧ ଲକ୍ଷ ୨୧ ହଜାର ୨୪୭ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨ ଲକ୍ଷ ୬୪ ହଜାର ୪୫୮ ଆକ୍ଟିଭ୍ କେସ୍ ରହିଛି।