କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୧୮ ହଜାର ୩୪୬ ଆକ୍ରାନ୍ତ ଚିହ୍ନଟ

Published: Oct 5, 2021, 10:26 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୮ ହଜାର ୩୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୬୩ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩୮ ଲକ୍ଷ ୫୩ ହଜାର ୪୮ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୯ ହଜାର ୨୬୦ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୧ ଲକ୍ଷ ୫୦ ହଜାର ୮୮୬ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨ ଲକ୍ଷ ୫୨ ହଜାର ୯୦୨ ଆକ୍ଟିଭ୍‌ କେସ୍ ରହିଛି।

Related posts