ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୩ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୨୩ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।
ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୮ ହଜାର ୮୧୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୫ ହଜାର ୬୦୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୯୩୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୨୩ କୁ ବୃଦ୍ଧି ହୋଇଛି।