Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦଶହରା ଉପଲକ୍ଷେ ବାଣପୁର ବଜାରର ଏହି ସ୍ଥାନରେ ଲାଗୁ ହେଲା ୧୪୪ ଧାରା
ଆଜିର ଖବର

ଦଶହରା ଉପଲକ୍ଷେ ବାଣପୁର ବଜାରର ଏହି ସ୍ଥାନରେ ଲାଗୁ ହେଲା ୧୪୪ ଧାରା

October 5, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁରରେ ମା’ ଭଗବତୀଙ୍କ ଭେଟ ଅମବାସ୍ୟା ଜାରି ରହିଛି। ଓଡିଶା ପ୍ରସିଦ୍ଧ ଶକ୍ତିପୀଠ ମା’ ଭଗବତୀଙ୍କ ଭେଟ ଅମବାସ୍ୟାରେ ଶ୍ରଦ୍ଧାଳୁମାନଙ୍କ ପ୍ରବଳ ଭିଡ ପରିଲିକ୍ଷିତ ହେଉଛି। ତେଣୁ କରୋନା ସଂକ୍ରମଣକୁ ଦୃଷ୍ଟିରେ ରାଖୀ ସ୍ଥାନୀୟ ପ୍ରଶାସନ ଏଭଳି ଭିଡକୁ ଏଡ଼େଇବା ପାଇଁ ତତ୍ପରତା ଦେଖାଇଛି। ଏନେଇ ବାଣପୁର ତହସିଲଦାର ଦଶହରା ଉପଲକ୍ଷେ ମା’ ଭଗବତୀଙ୍କ ରୀତିନୀତିକୁ ଦେଖି କରୋନା କଟକଣା ପାଇଁ ଖୋର୍ଦ୍ଧା ଉପଜିଲ୍ଲାପାଳଙ୍କୁ ଅନୁରୋଧ କରିଛନ୍ତି।

ଯାହାଫଳରେ ଆଜି ଖୋର୍ଦ୍ଧା ଉପଜିଲ୍ଲାପାଳ ବାଣପୁର ବଜାରରେ ୧୪୪ ଧାରା ଲାଗୁ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତାକାଲି ଠାରୁ ୧୫ ତାରିଖ ପର୍ଯ୍ୟନ୍ତ ୧୪୪ ଧାରା ଲାଗୁ କରିବା ପାଇଁ ଉପଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତାକାଲି ତଥା ୬ ତାରିଖଠାରୁ ୧୫ ତାରିଖ ମଧ୍ୟରେ ପ୍ରତ୍ୟେକ ଦିନ ସନ୍ଧ୍ୟା ୭ ଟାରୁ ସକାଳ ୬ ଟା ପର୍ଯ୍ୟନ୍ତ ଜନସାଧାରଣଙ୍କ ପାଇଁ କଟକଣା ବଳବତ୍ତର ରହିବ। ଏହି ସମୟରେ ବାଣପୁର କଲେଜ ଛକ ଠାରୁ ମା’ ଭଗବତୀ ମନ୍ଦିର ପର୍ଯ୍ୟନ୍ତ କୌଣସି ଲୋକଙ୍କୁ ପ୍ରବେଶ ଅନୁମତି ମିଳିବ ନାହିଁ। ସେହିଭଳି ୧୪୪ ଧାରା ଲାଗୁ ହୋଇଥିବା ଅଞ୍ଚଳରେ ୨ ରୁ ଉର୍ଦ୍ଧ୍ଵ ଲୋକ ଗୋଟିଏ ସ୍ଥାନରେ ଏକତ୍ରିତ ହୋଇପାରିବେ ନାହିଁ।

ଦଶହରା ବାଣପୁର ମା’ ଭଗବତୀ
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026
Latest News

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.