ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୨୯ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

Published: Oct 6, 2021, 6:29 pm IST

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୪୨୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୬୨, କଟକରୁ ୭୦, ବାଲେଶ୍ଵରରୁ ୩୮, ଯାଜପୁରରୁ ୨୨, ଜଗତସିଂହପୁରରୁ ୧୮, ମୟୂରଭଞ୍ଜରୁ ୧୪, ଅନୁଗୁଳରୁ ୧୧, ସମ୍ବଲପୁରରୁ ୧୧, ଭଦ୍ରକରୁ ୭, ପୁରୀରୁ ୬, ଗଞ୍ଜାମରୁ ୫, ସୁନ୍ଦରଗଡରୁ ୫, କେନ୍ଦ୍ରାପଡାରୁ ୪, କେନ୍ଦୁଝରରୁ ୪, ବଲାଙ୍ଗୀରିରୁ ୩, କୋରାପୁଟରୁ ୩, ଦେବଗଡରୁ ୨, କନ୍ଧମାଳରୁ ୨, ରାୟଗଡାରୁ ୨, ବରଗଡରୁ ୧, ନୂଆପଡାରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟ ପୁଲରୁ ୩୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୧୬ ହଜାର ୫୯୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୯ ହଜାର ୪୧୨ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୫୩୮ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୨୭ କୁ ବୃଦ୍ଧି ହୋଇଛି।

Related posts