କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୨୨ ହଜାର ୪୩୧ ଆକ୍ରାନ୍ତ ଚିହ୍ନଟ

Published: Oct 7, 2021, 11:01 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨୨ ହଜାର ୪୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୧୮ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩୮ ଲକ୍ଷ ୯୪ ହଜାର ୩୧୨ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୯ ହଜାର ୮୫୬ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୨ ଲକ୍ଷ ୨୫୮ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨ ଲକ୍ଷ ୪୪ ହଜାର ୧୯୮ ଆକ୍ଟିଭ୍‌ କେସ୍ ରହିଛି।

Related posts