Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଦେଶ ଛାତ୍ର କଂଗ୍ରେସର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ
ଆଜିର ଖବର

ପ୍ରଦେଶ ଛାତ୍ର କଂଗ୍ରେସର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

October 7, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଗତକାଲି ପ୍ରଦେଶ ଛାତ୍ର କଂଗ୍ରେସର କାର୍ଯ୍ୟକାରିଣୀ ବୈଠକ ସଭାପତି ୟାସୀର ନୱାଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଆଗାମୀ କାର୍ଯ୍ୟପନ୍ଥା ସମ୍ପର୍କରେ ଆଲୋଚନା ହୋଇଥିଲା। ସଭାପତି ଶ୍ରୀ ନୱାଜ କହିଥିଲେ ଶିକ୍ଷାନୁଷ୍ଠାନ ମାନଙ୍କରେ ଛାତ୍ରସଂସଦ ନିର୍ବାଚନ ବନ୍ଦ କରି ନବୀନ ପଟ୍ଟନାୟକ ଗଣତନ୍ତ୍ରକୁ ହତ୍ୟା କରିଛନ୍ତି। ଛାତ୍ର ସଂସଦ ନିର୍ବାଚନ କରିବା ପାଇଁ ଛାତ୍ର କଂଗ୍ରେସ ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ।

ଅନ୍ୟ ପକ୍ଷରେ ଓଡ଼ିଶା ଷ୍ଟାଫ ସିଲେକ୍ସନ ନିଯୁକ୍ତି ଦୁର୍ନୀତି ପ୍ରସଙ୍ଗକୁ ନେଇ ଛାତ୍ର କଂଗ୍ରେସ ରାଜ୍ୟର ସମସ୍ତ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ଆଗରେ ବିକ୍ଷୋଭ କରିବ। ନବୀନ ସରକାରର ଚାକିରୀ ବିକ୍ରି ନୀତି ବିରୁଦ୍ଧରେ ଆନ୍ଦୋନ କରିବ। ନବୀନ ସରକାର ବର୍ଷକୁ ୨ ଲକ୍ଷ ନିଯୁକ୍ତି ଦେବେ ବୋଲି ଯେଉଁ ପ୍ରତିଶ୍ରୁତି ଦେଇଥିଲେ ତାହା ଧୂଆଁବାଣ ବୋଲି ଛାତ୍ରଛାତ୍ରୀଙ୍କୁ ଜାଗ୍ରତ କରାଇବ। ବେକାରୀ ସମସ୍ୟା ଓ ସ୍ଥାନୀୟ ନିଯୁକ୍ତି ପ୍ରସଙ୍ଗରେ ସାରା ରାଜ୍ୟର କୋଣ ଅନୁକୋଣରେ ଦୁର୍ବାର ଆନ୍ଦୋଳନ କରାଯିବ। ଅନ୍ୟ ପକ୍ଷରେ ପାଠ ପଢିବା ପାଇଁ ଯେଉଁ ଛାତ୍ରଛାତ୍ରୀମାନେ ସମସ୍ୟାରେ ପଡୁଛନ୍ତି ସେମାନଙ୍କୁ ପାଠ ପଢିବା ପାଇଁ ସାହାଯ୍ୟ କରାଯିବ।

ଛାତ୍ରକଂଗ୍ରେସର ରାଷ୍ଟ୍ରୀୟ ସମ୍ପାଦକ ତଥା ଓଡ଼ିଶା ପ୍ରଭାରୀ ସୁଶ୍ରୀ ଅନୁଲେଖା ବୋଷା ‘ମହାତ୍ମା ଗାନ୍ଧୀଙ୍କୁ କିଏ ଓ କାହିଁକି ହତ୍ୟା କରିଥିଲା’ ପ୍ରସଙ୍ଗରେ ଅନଲାଇନ ମାଧ୍ୟମରେ ହୋଇଥିବା ବକ୍ତୃତା ପ୍ରତିଯୋଗିତାରେ ଅନୁଷ୍କା ଶର୍ମାଙ୍କୁ ପ୍ରଥମ ରଞ୍ଜିତା ପଟ୍ଟନାୟକ ଦ୍ୱିତୀୟ ଓ ସୋହାନୀ ନାୟକଙ୍କୁ ତୃତୀୟ ସ୍ଥାନ ପାଇଥିବାର ଘୋଷଣା କରିଥିଲେ। ଏହି ପ୍ରତିଯୋଗିତାରେ ଯେଉଁମାନେ ଅଧିକ ପଞ୍ଜୀକରଣ କରିଥିଲେ ସେମାନଙ୍କ ମଧ୍ୟରୁ ଝାରସୁଗୁଡ଼ା ସଭାପତି ନବନୀତା କଭରଙ୍କୁ ପ୍ରଥମ, କଟକ ସହର ସଭାପତି ସୌମ୍ୟରଞ୍ଜନ ଦାଶଙ୍କୁ ଦ୍ୱିତୀୟ ଓ କେଉଁଝର ଜିଲ୍ଲା ସଭାପତି ଶୁଭମାଜଙ୍କୁ ତୃତୀୟ ସ୍ଥାନ ଦିଆଯାଇଥିଲା । ଗତ ଛଅମାସ ମଧ୍ୟରେ ଯେଉଁ ଜିଲ୍ଲା ଛାତ୍ରକଂଗ୍ରେସ କମିଟି ଛାତ୍ର ସ୍ୱାର୍ଥ ଓ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଭ୍ରଷ୍ଟାଚାର ଓ ଦୁର୍ନୀତି ପ୍ରସଙ୍ଗରେ ସଫଳ କାର୍ଯ୍ୟକ୍ରମ କରିଥିଲେ, ସେମାନଙ୍କୁ ପୁରସ୍କୃତ କରାଯାଇଥିଲା। ଏଥିରେ ଗଞ୍ଜାମ ଜିଲ୍ଲା ଛାତ୍ର କଂଗ୍ରେସ ସଭାପତି ଶ୍ରୀ ବିକାଶ ପଶୁପାଳକ, ବଲାଙ୍ଗୀର ଜିଲ୍ଲା ଛାତ୍ର କଂଗ୍ରେସ ସଭାପତି ଅଙ୍କିତ ସାହୁ, ବରଗଡ଼ ଜିଲ୍ଲା ଛାତ୍ର କଂଗ୍ରେସ ସଭାପତି ଗୌରବ ପତି ଆଜାଦ ଏବଂ ଅନୁଗୁଳ ଜିଲ୍ଲା ଛାତ୍ର କଂଗ୍ରେସ ସଭାପତି ଶ୍ରୀ ଲୁଲୁ ପାଣିଗ୍ରାହୀ ପୁରସ୍କୃତ ହୋଇଥିଲେ।

ଏହି କାର୍ଯ୍ୟକ୍ରମରେ ପୂର୍ବତନ ବିଧାୟକ ଦେବାଶିଷ ପଟ୍ଟନାୟକ, ମାନସ ଚୌଧୁରୀ, ରଜତ ଚୌଧୁରୀ, ଅଜୟ ସାହୁ ପ୍ରମୁଖ ଅଭିଭାଷଣ ଦେଇ ଛାତ୍ର କଂଗ୍ରେସ କର୍ମକର୍ତ୍ତାଙ୍କୁ ଉତ୍ସାହିତ କରିଥିଲେ। ଉପସଭାପତି ଆଦିତ୍ୟ ପ୍ରୀତମ ଦାସ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

କାର୍ଯ୍ୟକାରିଣୀ ବୈଠକ ପ୍ରଦେଶ ଛାତ୍ର କଂଗ୍ରେସ
Share. Facebook Twitter LinkedIn Email WhatsApp Copy Link

Related Posts

ବୁଥ ବାହୁଡା ମତ: TMCକୁ ମିଳିପାରେ ଝଟକା

April 29, 2026

କେରଳରେ ବିଜୟନ ସରକାର ହ୍ୟାଟ୍ରିକ୍ କରିବ ନା ହାର ମାନିବ !

April 29, 2026

ପଶ୍ଚିମବଙ୍ଗ ନିର୍ବାଚନ : ଅପରାହ୍ନ ୫ଟା ସୁଦ୍ଧା ୮୯.୯୯ ପ୍ରତିଶତ ମତଦାନ

April 29, 2026

ପଶ୍ଚିମବଙ୍ଗ ନିର୍ବାଚନ : ଅପରାହ୍ନ ୩ଟା ସୁଦ୍ଧା ୭୮.୬୮ ପ୍ରତିଶତ

April 29, 2026
Latest News

ବୁଥ ବାହୁଡା ମତ: TMCକୁ ମିଳିପାରେ ଝଟକା

April 29, 2026

କେରଳରେ ବିଜୟନ ସରକାର ହ୍ୟାଟ୍ରିକ୍ କରିବ ନା ହାର ମାନିବ !

April 29, 2026

ପଶ୍ଚିମବଙ୍ଗ ନିର୍ବାଚନ : ଅପରାହ୍ନ ୫ଟା ସୁଦ୍ଧା ୮୯.୯୯ ପ୍ରତିଶତ ମତଦାନ

April 29, 2026

ପଶ୍ଚିମବଙ୍ଗ ନିର୍ବାଚନ : ଅପରାହ୍ନ ୩ଟା ସୁଦ୍ଧା ୭୮.୬୮ ପ୍ରତିଶତ

April 29, 2026

ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ୭୦ ପ୍ଲାଟୁନ ଫୋର୍ସ ହେବେ ମୁତୟନ

April 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.