ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୨୨ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

Published: Oct 7, 2021, 8:26 pm IST

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫୨୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୧୮, କଟକରୁ ୫୪, ଭଦ୍ରକରୁ ୪୩, ମୟୂରଭଞ୍ଜରୁ ୨୬, ଯାଜପୁରରୁ ୨୦, ଜଗତସିଂହପୁରରୁ ୧୯, ବାଲେଶ୍ବରରୁ ୧୬, ପୁରୀରୁ ୧୩, ସମ୍ବଲପୁରରୁ ୧୩, ସୁନ୍ଦରଗଡରୁ ୯, କେନ୍ଦ୍ରାପଡାରୁ ୬, ଅନୁଗୁଳରୁ ୫, ଗଞ୍ଜାମରୁ ୪, ଝାରସୁଗୁଡାରୁ ୪, କେନ୍ଦୁଝରରୁ ୪, ଢେଙ୍କାନାଳରୁ ୨, କୋରାପୁଟରୁ ୨, ମାଲକାନଗିରିରୁ ୨, ନୟାଗଡରୁ ୨, ରାୟଗଡାରୁ ୨, ସୋନପୁରରୁ ୨, ବରଗଡରୁ ୧, ବୌଦ୍ଧରୁ ୧, ଦେବଗଡରୁ ୧, କଳାହାଣ୍ଡିରୁ ୧, କନ୍ଧମାଳରୁ ୧, ନୂଆପଡାରୁ ୧ ଏବଂ ଷ୍ଟେଟ ପୁଲରୁ ୫୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୧୭ ହଜାର ୧୧୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୯ ହଜାର ୯୯୪ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୫୯୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୩୪ କୁ ବୃଦ୍ଧି ହୋଇଛି।

Related posts