କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୨୧ ହଜାର ୨୫୭ ଆକ୍ରାନ୍ତ ଚିହ୍ନଟ

Published: Oct 8, 2021, 11:07 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨୧ ହଜାର ୨୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୭୧ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩୯ ଲକ୍ଷ ୧୫ ହଜାର ୫୬୯ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୦ ହଜାର ୧୨୭ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୨ ଲକ୍ଷ ୨୫ ହଜାର ୨୨୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨ ଲକ୍ଷ ୪୦ ହଜାର ୨୨୧ ଆକ୍ଟିଭ୍‌ କେସ୍ ରହିଛି।

Related posts