
ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୩୮ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।
ଆଜି କଟକ, କନ୍ଧମାଳ, ନୟାଗଡ ଓ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୦ ହଜାର ୫୧୮ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୭ ହଜାର ୧୧୬ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୧୧୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୩୮ କୁ ବୃଦ୍ଧି ହୋଇଛି।