
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୯ ହଜାର ୭୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୪୮ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩୯ ଲକ୍ଷ ୩୫ ହଜାର ୩୦୯ ରେ ପହଞ୍ଚିଛି।
ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୦ ହଜାର ୩୭୫ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୨ ଲକ୍ଷ ୪୮ ହଜାର ୮୭୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨ ଲକ୍ଷ ୩୬ ହଜାର ୬୪୩ ଆକ୍ଟିଭ୍ କେସ୍ ରହିଛି।