ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୪ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୨୪୨ କୁ ବୃଦ୍ଧି

Published: Oct 9, 2021, 12:58 pm IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୪୨ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ନବରଙ୍ଗପୁର ଜିଲ୍ଲାରୁ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବଲାଙ୍ଗୀରି ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୧ ହଜାର ୪୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୭ ହଜାର ୭୧୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୩୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୪୨ କୁ ବୃଦ୍ଧି ହୋଇଛି।

Related posts