
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫୯୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।
ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୮୬, କଟକରୁ ୭୬, ବାଲେଶ୍ବରରୁ ୨୮, ଜଗତସିଂହପୁରରୁ ୨୭, ଯାଜପୁରରୁ ୨୪, ମୟୂରଭଞ୍ଜରୁ ୨୩, ପୁରୀରୁ ୧୬, ସମ୍ବଲପୁରରୁ ୧୨, ସୁନ୍ଦରଗଡରୁ ୭, ଢେଙ୍କାନାଳରୁ ୬, ଝାରସୁଗୁଡାରୁ ୬, ଗଞ୍ଜାମରୁ ୪, କୋରାପୁଟରୁ ୪, କେନ୍ଦ୍ରାପଡାରୁ ୩, ବରଗଡରୁ ୨, କେନ୍ଦୁଝରରୁ ୨, ନୟାଗଡରୁ ୨, କନ୍ଧମାଳରୁ ୧ ଏବଂ ଷ୍ଟେଟ ପୁଲରୁ ୬୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୧୮ ହଜାର ୩୧୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୧ ହଜାର ୪୪ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୪୩୮ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୪୨ କୁ ବୃଦ୍ଧି ହୋଇଛି।