କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୧୮ ହଜାର ୧୬୬ ଆକ୍ରାନ୍ତ ଚିହ୍ନଟ

Published: Oct 10, 2021, 11:02 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୮ ହଜାର ୧୬୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୧୪ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩୯ ଲକ୍ଷ ୫୩ ହଜାର ୪୭୫ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୦ ହଜାର ୫୮୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୨ ଲକ୍ଷ ୭୧ ହଜାର ୯୧୫ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨ ଲକ୍ଷ ୩୦ ହଜାର ୯୭୧ ଆକ୍ଟିଭ୍‌ କେସ୍ ରହିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୧ ହଜାର ୬୯୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୮ ହଜାର ୩୧୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୮୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୪୨ କୁ ବୃଦ୍ଧି ହୋଇଛି।

Related posts