ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୨୫୫ କୁ ବୃଦ୍ଧି

Published: Oct 11, 2021, 11:32 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୫୫ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି କଟକ, ଖୋର୍ଦ୍ଧା ଓ କେନ୍ଦ୍ରାପଡା ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୨ ହଜାର ୧୪୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୮ ହଜାର ୭୪୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୮୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୫୫ କୁ ବୃଦ୍ଧି ହୋଇଛି।

Related posts