କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୧୮ ହଜାର ୧୩୨ ଆକ୍ରାନ୍ତ ଚିହ୍ନଟ

Published: Oct 11, 2021, 11:38 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୮ ହଜାର ୧୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୯୩ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩୯ ଲକ୍ଷ ୭୧ ହଜାର ୬୦୭ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୦ ହଜାର ୭୮୨ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୨ ଲକ୍ଷ ୯୩ ହଜାର ୪୭୮ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨ ଲକ୍ଷ ୨୭ ହଜାର ୩୪୭ ଆକ୍ଟିଭ୍‌ କେସ୍ ରହିଛି।

Related posts