
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୪୬୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।
ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୦୭, କଟକରୁ ୬୪, ମୟୂରଭଞ୍ଜରୁ ୩୧, ବାଲେଶ୍ବରରୁ ୨୬, ପୁରୀରୁ ୧୭, ଯାଜପୁରରୁ ୧୬, ଜଗତସିଂହପୁରରୁ ୧୪, ସମ୍ବଲପୁରରୁ ୧୧, ସୁନ୍ଦରଗଡରୁ ୯, କେନ୍ଦ୍ରାପଡାରୁ ୮, ନୟାଗଡରୁ ୪, ଢେଙ୍କାନାଳରୁ ୩, ଦେବଗଡରୁ ୨, ଗଞ୍ଜାମରୁ ୨, ଝାରସୁଗୁଡାରୁ ୨, କୋରାପୁଟରୁ ୨, ଅନୁଗୁଳରୁ ୧, କଳାହାଣ୍ଡିରୁ ୧, କେନ୍ଦୁଝରରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟ ପୁଲରୁ ୪୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୧୯ ହଜାର ୨୧୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୨ ହଜାର ୧୪୪ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୬୧୮ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୫୫ କୁ ବୃଦ୍ଧି ହୋଇଛି।