ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୨୬୦ କୁ ବୃଦ୍ଧି

Published: Oct 12, 2021, 11:08 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୬୦ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବାଲେଶ୍ଵର, ଭଦ୍ରକ, ଜଗତସିଂହପୁର ଏବଂ ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୨ ହଜାର ୬୭୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୯ ହଜାର ୨୧୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୧୪୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୬୦ କୁ ବୃଦ୍ଧି ହୋଇଛି।

Related posts