କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୧୪ ହଜାର ୩୧୩ ଆକ୍ରାନ୍ତ ଚିହ୍ନଟ

Published: Oct 12, 2021, 11:13 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୪ ହଜାର ୩୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୮୧ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩୯ ଲକ୍ଷ ୮୫ ହଜାର ୯୨୦ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୦ ହଜାର ୯୬୩ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୩ ଲକ୍ଷ ୨୦ ହଜାର ୫୭ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨ ଲକ୍ଷ ୧୪ ହଜାର ୯୦୦ ଆକ୍ଟିଭ୍‌ କେସ୍ ରହିଛି।

Related posts