ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୪୬ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

Published: Oct 12, 2021, 7:32 pm IST

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫୪୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୫୦, କଟକରୁ ୬୧, ଜଗତସିଂହପୁରରୁ ୨୮, ମୟୂରଭଞ୍ଜରୁ ୨୬, ବାଲେଶ୍ବରରୁ ୨୫, ପୁରୀରୁ ୨୦, ସମ୍ବଲପୁରରୁ ୧୮, ଯାଜପୁରରୁ ୧୫, ସୁନ୍ଦରଗଡରୁ ୯, ଅନୁଗୁଳରୁ ୪, କେନ୍ଦ୍ରାପଡାରୁ ୪, ରାୟଗଡାରୁ ୪, ଦେବଗଡରୁ ୩, ନୟାଗଡରୁ ୩, ବରଗଡରୁ ୨, ଭଦ୍ରକରୁ ୨, ଗଜପତିରୁ ୨, ଗଞ୍ଜାମରୁ ୨, କେନ୍ଦୁଝରରୁ ୨, କୋରାପୁଟରୁ ୨, ସୋନପୁରରୁ ୨, ଝାରସୁଗୁଡାରୁ ୧, କନ୍ଧମାଳରୁ ୧, ମାଲକାନଗିରିରୁ ୧ ଏବଂ ଷ୍ଟେଟ ପୁଲରୁ ୫୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୧୯ ହଜାର ୭୬୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୨ ହଜାର ୬୭୩ କୁ ବୃଦ୍ଧି ହୋଇଥିବାବେଳେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୫୯୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୬୦ କୁ ବୃଦ୍ଧି ହୋଇଛି।

Related posts