କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୧୫ ହଜାର ୮୨୩ ଆକ୍ରାନ୍ତ ଚିହ୍ନଟ

Published: Oct 13, 2021, 10:45 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୫ ହଜାର ୮୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୨୬ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୦ ଲକ୍ଷ ୧ ହଜାର ୭୪୩ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୬୬ ହଜାର ୧୮୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୩ ଲକ୍ଷ ୪୨ ହଜାର ୯୦୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨ ଲକ୍ଷ ୭ ହଜାର ୬୫୩ ଆକ୍ଟିଭ୍‌ କେସ୍ ରହିଛି।

Related posts